ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ ମାଇନର କେନାଲ ଜଳ ଓ ବର୍ଷାପାଣି ନିଷ୍କାସନ ହୋଇ ପାରୁନାହିଁ ା ଅବରୋଧ ନ ହଟିଲେ ଚଳିତ ଖରିଫ ଋତୁରେ ପ୍ରାୟ ଶହେ ଏକର ଚାଷ ଜମି ପଡ଼ିଆ ପଡ଼ିବ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି ା ୭ଦିନ ମଧ୍ୟରେ ସମ୍ପୃକ୍ତ ଚକ ରାସ୍ତା ଓ ଜଳ ସେଚନ ନାଳକୁ ଅବରୋଧମୁକ୍ତ କରା ନ ଗଲେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ା ଏନେଇ ଉପରୋକ୍ତ ମୌଜାର ଅନନ୍ତ ଚରଣ ପୃଷ୍ଟି, ରତିକାନ୍ତ ରାଉତ, ପୁରୁଷୋତ୍ତମ ବାରିକ, ରତ୍ନାକର ସାହୁ, ଅଭିମନ୍ୟୁ ମିଶ୍ର, ନରେନ୍ଦ୍ର ରାଉତ, ବିଷ୍ଣୁ ରାଉତ, ଭାସ୍କର ଶତପଥୀ, ରବୀନ୍ଦ୍ର କର, ଶଶୀକାନ୍ତ ସାହୁ, ଅରବିନ୍ଦ ଦାଶ, ଭାଗବତ ପଣ୍ଡା, ବ୍ରଜ କିଶୋର ମିଶ୍ର, ଧୀରେନ୍ଦ୍ର ସେନାପତିଙ୍କ ସମେତ ବହୁ ଚାଷୀ ତହସିଲଦାର, ଥାନାଧିକାରୀ, ବ୍ଲକ ସହକାରୀ କୃଷି ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ା ବୁଧବାର ଥାନାଧିକାରୀ ମୀନା ବିନ୍ଧାଣୀ ଘଟଣାସ୍ଥଳ ପରିଦର୍ଶନ କରିବା ସହ ପାଣି ପଞ୍ଚାୟତ କର୍ମକର୍ତ୍ତାଙ୍କୁ ଡକାଇ ଆଲୋଚନା କରିଥିଲେ। ଏ ସମ୍ପର୍କରେ ଥାନାଧିକାରୀଙ୍କୁ ପଚାରିବାରୁ ତହସିଲଦାରଙ୍କ ଉପସ୍ଥିତିରେ ପାଣି ପଞ୍ଚାୟତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରାଯାଇ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ସେହିପରି ବ୍ଲକ ସହକାରୀ କୃଷି ଅଧିକାରୀ ରମେଶ ଚନ୍ଦ୍ର ରାୟଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଥିବା କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର…

ରାଜନୀତିରେ ହଇଚଇ… ତ୍ରିଶାଙ୍କୁ ଇଙ୍ଗିତ କରି ଏଭଳି କହିଦେଲେ ବିଜୟ, ଚାରିଆଡେ ଚର୍ଚ୍ଚା

ଚେନ୍ନାଇ,୭ା୯: ମହିଳାଙ୍କ ବିରୋଧରେ ଅଶାଳୀନ ଓ ଅପମାନଜନକ ମନ୍ତବ୍ୟକୁ ନେଇ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ…

‘Please Save Me Alive’… ଭଗ୍ନାବଶେଷ ତଳୁ ଛାତ୍ରଙ୍କ ୧୧ ସେକେଣ୍ଡର SOS, ଦିଲ୍ଲୀ ଦୁର୍ଘଟଣାର ଛାତିଥରା ଭିଡିଓ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଛାତ୍ରଙ୍କ ରହଣୀ ନିମନ୍ତେ ବ୍ୟବହୃତ ଏକ ବହୁତଳ କୋଠା ଭୁଶୁଡ଼ି ପଡ଼ିବା ପରେ ଏକ ଭିଡିଓ ସାମ୍ନାକୁ ଆସିଛି ।…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri