ଭାଜପାର ମିଶ୍ରଣ ପର୍ବ:ଶତାଧିକ ବିଜେଡି ନେତା, କର୍ମୀ ଭାଜପାରେ ସାମିଲ

ବରୀ, ୮ା୧(ମହେନ୍ଦ୍ର ସ୍ବାଇଁ):ଯାଜପୁର ଜିଲା ବରୀ ବିଧାନସଭା ନିର୍ବାଚନମଣ୍ଡଳୀର ଏରବାଙ୍କ ପଞ୍ଚାୟତ ରଘୁନାଥପୁର ପଡ଼ିଆରେ ମଙ୍ଗଳବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନମଣ୍ଡଳୀର ଭାଜପା ନେତା ଉମେଶ ଜେନାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଜିଲା ଭାଜପା କାର୍ଯ୍ୟକାରୀ ସଭାପତି ଆଶୁତୋଷ ପରିଡ଼ା ସଭାପତିତ୍ୱ କରିଥିଲେ ା ଭାଜପା ରାଜ୍ୟ ଉପ ସଭାପତି ଗୋଲକ ମହାପାତ୍ର, ଯାଜପୁର ଏମ୍‌ପି ଡ.ରବି ନାରାୟଣ ବେହେରା, ଯାଜପୁର ଜିଲା ଭାଜପା ସଭାପତି ଗୌତମ ରାୟ, ଯାଜପୁର ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ବବିତା ମଲିକ, କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ପୂର୍ବତନ ବିଧାୟିକା ସୁନନ୍ଦା ଦାସ, ସ୍ବରାଜଲାଲ ସାମଲ ପ୍ରମୁଖ ଯୋଗ ଦେଇଥିଲେ। ଏହି ମିଶ୍ରଣ ପର୍ବରେ ଯାଜପୁର ଜିଲା ବିଜେଡି ସାଧାରଣ ସମ୍ପାଦକ ଅନିଲ କୁମାର ସାହାଣୀ, ରୁଦ୍ରପୁର ପଞ୍ଚାୟତର ପ୍ରାକ୍ତନ ସମିତି ସଭ୍ୟ ଦାଶରଥି ମଲିକ, ସୁଜନପୁର ପଞ୍ଚାୟତର ବରିଷ୍ଠ ନେତା ପ୍ରତାପ କୁମାର ମହାନ୍ତି, ୩୬ନଂ. ପ୍ରାକ୍ତନ ଜିଲା ପରିଷଦ ସଭ୍ୟ ତଥା ପ୍ରାକ୍ତନ ସରପଞ୍ଚ ଗୋପାଳ ଦଳାଇ, ଅର୍ଥଙ୍ଗା ପଞ୍ଚାୟତ ସରପଞ୍ଚ ପ୍ରତିଭା ମଲିକ, ଛତିଶ ଦେବିଲ ପଞ୍ଚାୟତ ପ୍ରାକ୍ତନ ସମିତି ସଭ୍ୟ ପ୍ରଫୁଲ କୁମାର ବିଶ୍ୱାଳଙ୍କ ସମେତ ସହସପୁର, ଝାଲପଡ଼ା, ଏରବାଙ୍କ, ରୁଦ୍ରପୁର, ଛତିଶିଦେବିଲ, ସୁଜନପୁର ଆଦି ପଞ୍ଚାୟତର ଶତାଧିକ ଆଗଧାଡିର ବିଜେଡି କର୍ମୀ ଭାଜପାରେ ଯୋଗ ଦେଇଥିଲେ। ଭାଜପା ନେତାମାନେ ଦଳୀୟ ଉତ୍ତରୀୟ ଦେଇ ବିଜେଡି ନେତା ଓ କର୍ମୀମାନଙ୍କୁ ଦଳରେ ସାମିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri