ବିଜେଡିରେ ଯୋଗଦେଲେ ଶତାଧିକ ଭାଜପା,କଂଗ୍ରେସ ନେତା

ଭୁବନେଶ୍ୱର,୧୬ା୪(ଅନିଲ ଦାସ)-କଳାହାଣ୍ଡି ଜିଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ ହୋଇଥିବା ସମସ୍ତ କର୍ମୀଙ୍କୁ ବଳବନ୍ତରାୟ ଓ ପାତ୍ର ଉପଢ଼ୌକନ ଦେଇ ସ୍ବାଗତ କରିଛନ୍ତି। ଭାଜପା ଓ କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀରେ ଦଳୀୟ ସଙ୍ଗଠନ ଆହୁରି ମଜଭୁତ ହେବ ବୋଲି ଉଭୟ କହିଛନ୍ତି।

ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଥିବା କର୍ମୀମାନେ କହିଛନ୍ତି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଯାହା ଦାୟିତ୍ୱ ଦେବେ ତାକୁ ସୁଚାରୁରୂପେ ତୁଲାଇବୁ। ବିଜେଡିରେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ, ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ଭାଜପାର ବରିଷ୍ଠ ନେତା ଚାଞ୍ଚେର ମାଝି, ହରିହର କୁମାର, ରାଜେନ୍ଦ୍ର ମାଳି, ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତ୍ରିଲୋଚନ ପାଣିଗ୍ରାହୀ, ରାଜ୍ୟ କଂଗ୍ରେସ ସାଧାରଣ ସମ୍ପାଦକ ପରମାନନ୍ଦ ମାଝି, ଆଦିବାସୀ ସଂଘ ଉପସଭାପତି ଧନସିଂ ମାଝି, ସାଧାରଣ ସମ୍ପାଦକ ଦାଶରଥି ମାଝି, ଆଦିବାସୀ ସଂଘ ସଦସ୍ୟ ଗୌର ଚନ୍ଦ୍ର ମାଝି, ଯୋଗେନ୍ଦ୍ର ମାଝିଙ୍କ ସହ ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

ଓରାଙ୍ଗ୍‌ଉଟାନ ଚୋରାଚାଲାଣ: ଡବ୍ଲ୍ୟୁସିସିବି, ଏସ୍‌ଟିଏଫ୍‌ର ତଦନ୍ତ

ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ବିଚିତ୍ରପୁର ନିକଟ ରଣକଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ହେବାପରେ ଏହା ପଛରେ ଅନ୍ତର୍ଜାତୀୟ ବନ୍ୟପ୍ରାଣୀ ଚାଲାଣକାରୀ ଗ୍ୟାଙ୍ଗ୍‌…

ଓଡ଼ିଶା ସମେତ ୫ ରାଜ୍ୟରେ ମଲ୍ଟିଟ୍ରାକ୍‌ ପ୍ରକଳ୍ପ ପାଇଁ ୧୦,୭୮୩ କୋଟି ଟଙ୍କା ମଞ୍ଜୁର; ଖଡ଼ଗପୁର-ଝାରସୁଗୁଡ଼ା…

ନୂଆଦିଲ୍ଲୀ,୧୦ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ବୁଧବାର ଦେଶର ୮ଟି ପ୍ରମୁଖ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପ ପାଇଁ ୨୦,୮୦୪ କୋଟି ଟଙ୍କା…

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri