ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମକର୍ତ୍ତା ମଙ୍ଗଳବାର ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ଗଣମାଧ୍ୟମ ସଂଯୋଜକ ପ୍ରିୟବ୍ରତ ମାଝି ଉପସ୍ଥିତ ରହି ସମସ୍ତ ଭାଜପା କର୍ମକର୍ତ୍ତାଙ୍କୁ ଉପଢୌକନ ଦେଇ ଦଳକୁ ସ୍ବାଗତ କରିଥିଲେ।
ଏହି ଅବସରରେ ଧଳ ଏବଂ ମେକାପ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଓ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି ା ଯାଜପୁର ଜିଲାରେ ଭାଜପା ଜିଲା ସଭାପତିଙ୍କ ମନମୁଖି କାର୍ଯ୍ୟ ଏବଂ ଦଳରେ କାମ କରିବାର ସୁଯୋଗ ମିଳୁ ନ ଥିବାରୁ କ୍ଷୋଭପ୍ରକାଶ କରି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ା ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ, ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସଭା ସଦସ୍ୟ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ଭାଜପା ଛାଡି ବିଜେଡିରେ ମିଶିଥିବା କର୍ମକର୍ତ୍ତାମାନେ ହେଲେ ଯାଜପୁର ନିର୍ବାଚନମଣ୍ଡଳୀର ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ଉପସଭାପତି ମନୋରମା ମିଶ୍ର, ମାଳନ୍ଦାପୁର ଗ୍ରାମପଞ୍ଚାୟତର ୱାର୍ଡମେମ୍ବର ଅଶୋକ ଧଳ, ଶମ୍ଭୁନାଥ ଦାସ, ଭୁବନେଶ୍ୱରପୁର ଗ୍ରାମପଞ୍ଚାୟତର ସମ୍ପାଦକ ରଞ୍ଜନ କୁମାର ସ୍ବାଇଁ, ବେରୁଡ଼ା ମୋର୍ଚ୍ଚାର ସଦସ୍ୟ କାଞ୍ଚନବାଳା ସାମଲଙ୍କ ସହ ଶତାଧିକ କର୍ମକର୍ତ୍ତା ଓ କର୍ମୀ । ମୁଖପାତ୍ର ପ୍ରିୟବ୍ରତ ମାଝି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ମୁଖପାତ୍ର ତୁମ୍ବନାଥ ପଣ୍ଡା ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?