ଉପନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଶତାଧିକ କର୍ମୀ ବିଜେଡିରେ

ଝାରସୁଗୁଡା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗିପଡିଛନ୍ତି। ଏଭଳି ସ୍ଥିତିରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଲଖନପୁର ବ୍ଲକ ଭାଜପାର ଶତାଧିକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।

ଏଥିରେ ଭାଜପା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ମଳୟ କୁମାର ଆଚାର୍ଯ୍ୟ, ପୂର୍ବତନ ସରପଞ୍ଚ ଟଙ୍କଧର ପ୍ରଧାନ, ବାସୁଦେବ ପ୍ରଧାନ, ରାଜ କୁମାର ସିଂହଦେଓ, ଗଙ୍ଗା ପ୍ରଧାନ ଓ ଡିଲେଶ୍ୱର ବିଶ୍ବାଳ, ପଣ୍ଡରୀ ସରପଞ୍ଚ ସୁବାସିନୀ ସାହୁ, ରେମଣ୍ଡା ସରପଞ୍ଚ ସୁଶାନ୍ତ ନାୟକ, ମହିଳା ସଂଘ ସଭାନେତ୍ରୀ ଦୀପାଞ୍ଜଳି ଭୋଇ, ସଞ୍ଜୁକ୍ତା ସାହୁ, ଗୌରାଙ୍ଗ ସାହୁ ପ୍ରମୁଖଙ୍କ ସହ ଶତାଧିକ କର୍ମୀ ବିଜେଡିରେ ଯୋଗଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ସହରର ଏକ ହୋଟେଲରେ ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ବୁଦ୍ଧଦେବ ମିଶ୍ର, ସହ ପର୍ଯ୍ୟବେକ୍ଷକ ବିଷ୍ଣୁ ପ୍ରସାଦ କେଡିଆ, ପିଣ୍ଟୁ ପାଢ଼ୀ ପ୍ରମୁଖ ନେତୃବୃନ୍ଦ ଯୋଗଦେଇ ନୂତନ ଭାବେ ଯୋଗଦେଇଥିବା କର୍ମୀଙ୍କୁ ଫୁଲମାଳ ଦେଇ ଦଳରେ ସ୍ବାଗତ କରିଥିଲେ। ଦଳର ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଅନ୍ୟ ଦଳର କର୍ମୀମାନେ ବିଜେଡିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ମଜଭୁତ କରିବାରେ ଲାଗିଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri