ଉପନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଶତାଧିକ କର୍ମୀ ବିଜେଡିରେ

ଝାରସୁଗୁଡା ଅଫିସ,୨୦।୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗିପଡିଛନ୍ତି। ଏଭଳି ସ୍ଥିତିରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଲଖନପୁର ବ୍ଲକ ଭାଜପାର ଶତାଧିକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।

ଏଥିରେ ଭାଜପା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ମଳୟ କୁମାର ଆଚାର୍ଯ୍ୟ, ପୂର୍ବତନ ସରପଞ୍ଚ ଟଙ୍କଧର ପ୍ରଧାନ, ବାସୁଦେବ ପ୍ରଧାନ, ରାଜ କୁମାର ସିଂହଦେଓ, ଗଙ୍ଗା ପ୍ରଧାନ ଓ ଡିଲେଶ୍ୱର ବିଶ୍ବାଳ, ପଣ୍ଡରୀ ସରପଞ୍ଚ ସୁବାସିନୀ ସାହୁ, ରେମଣ୍ଡା ସରପଞ୍ଚ ସୁଶାନ୍ତ ନାୟକ, ମହିଳା ସଂଘ ସଭାନେତ୍ରୀ ଦୀପାଞ୍ଜଳି ଭୋଇ, ସଞ୍ଜୁକ୍ତା ସାହୁ, ଗୌରାଙ୍ଗ ସାହୁ ପ୍ରମୁଖଙ୍କ ସହ ଶତାଧିକ କର୍ମୀ ବିଜେଡିରେ ଯୋଗଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ସହରର ଏକ ହୋଟେଲରେ ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ ଅରୁଣ ସାହୁ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ବୁଦ୍ଧଦେବ ମିଶ୍ର, ସହ ପର୍ଯ୍ୟବେକ୍ଷକ ବିଷ୍ଣୁ ପ୍ରସାଦ କେଡିଆ, ପିଣ୍ଟୁ ପାଢ଼ୀ ପ୍ରମୁଖ ନେତୃବୃନ୍ଦ ଯୋଗଦେଇ ନୂତନ ଭାବେ ଯୋଗଦେଇଥିବା କର୍ମୀଙ୍କୁ ଫୁଲମାଳ ଦେଇ ଦଳରେ ସ୍ବାଗତ କରିଥିଲେ। ଦଳର ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଅନ୍ୟ ଦଳର କର୍ମୀମାନେ ବିଜେଡିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ମଜଭୁତ କରିବାରେ ଲାଗିଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଦାସ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri