Odisha Elections 2024

ବିଜେଡିରେ ଯୋଗଦେଲେ ଶତାଧିକ କଂଗ୍ରେସ ଓ ଭାଜପା ନେତା

କୋରାପୁଟ,୫।୯(ଅମିତାଭ ବେହେରା )କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ପରିସରରେ ମଙ୍ଗଳବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି. କୋରାପୁଟ ଜିଲା ବିଜେଡି ସଭାପତି ଝିନ ହିକକାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ମିଶ୍ରଣ ପର୍ବରେ ଜିଲାର ବୈପାରୀଗୁଡା ବ୍ଲକ ଅଞ୍ଚଳରୁ ୨୬୮ ଜଣ କଂଗ୍ରେସ ଓ ଭାଜପା ଦଳର ନେତା ଓ କର୍ମୀ ବିଜେଡି ଦଳରେ ଯୋଗଦେଇଛନ୍ତି। ସେମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ଦେଖି ଏବଂ ସେମାନଙ୍କ ଅଞ୍ଚଳରେ ସରକାରଙ୍କ ଏହି ବିକାଶ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ନେଇ ସେମାନେ ବିଜେଡି ଦଳରେ ଯୋଗଦେଇଥିବା ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟରେ କୋରାପୁଟ ବିଧାୟକ ରଘୁରାମ ପଡାଲ, କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନ, ଏସ.ଡି.ସି ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝୀ, ଜିଲା କାର୍ଯ୍ୟକାରୀ ଜିଲା ବିଜେଡି ସଭାପତି ପ୍ରଶାନ୍ତ ଗୁପ୍ତାଙ୍କ କଠିନ ଉଦ୍ୟମ ଓ ବୈପାରୀଗୁଡାର ଗୁପ୍ତେଶ୍ୱରର ଉନ୍ନତି ଓ ଏହି ଅଞ୍ଚଳରେ ଗମନା ଗମନରେ ଉନ୍ନତି ଯୋଗୁଁ ଉପରୋକ୍ତ ବ୍ୟକ୍ତି ବିଶେଷ ବିଜେଡି ଦଳରେ ଯୋଗଦେଇଛନ୍ତି ବୋଲି କହିଛନ୍ତି। ଏହି ଅବସରରେ ଜିଲାର ବିଜେଡି ଦଳର ସଭାପତି ଶ୍ରୀ ହିକକା ଓ କୋରାପୁଟ ବିଧୟକ ଶ୍ରୀ ପଡାଲ ସମେତ ବହୁ ନେତା ଓ କର୍ମୀମାନେ ଉପସ୍ଥିତ ରହି ଦଳରେ ଯୋଗଦେଇଥିବା ନେତା ଓ କର୍ମୀମାନଙ୍କୁ ପୁଷ୍ପମାଲ୍ୟ ପିନ୍ଧାଇ, ବିଜେଡି ଉତ୍ତରୀୟ ଦେଇ ସୱାଗତ କରିଥିଲେ। ଏହାଦ୍ୱାରା ବୈପାରୀଗୁଡା ଅଞ୍ଚଳରେ ବିଜେଡି ଦଳର ସ୍ଥିତି ଆହୁରି ମଜବୂତ ହୋଇପାରିଛି ବୋଲି କୋରାପୁଟ ବିଧାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ...

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି।...

ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ,...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା...

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri