ଅମୃତ ମିଳନରେ ଶହ ଶହ ଶ୍ରଦ୍ଧାଳୁ

ଦାରିଙ୍ଗବାଡ଼ି, ୨୯।୧୧ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ମା’ଦଶଭୁଜା ଦୁର୍ଗମଣ୍ଡପଠାରେ ଶନିବାର ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଛି। ସକାଳ ୯ ଟାରୁ ଶହ ଶହ ମହିଳା ଶିବ ମନ୍ଦିର ପ୍ରାଙ୍ଗଣରେ ଥିବା ପୋଖରୀରୁ ଗଙ୍ଗାପୂଜା କରି ଜଳ ଉଠାଇ ବିରାଟ କଳସ ଶୋଭାଯାତ୍ରାରେ ବାହାରି ଯଜ୍ଞ ସ୍ଥଳରେ ପହଞ୍ଚିଥିଲେ। ଅସ୍ଥାୟୀ ମଣ୍ଡପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ସହ ଅଷ୍ଟପ୍ରହରୀ ନାମ ଯଜ୍ଞ, ଘୃତ, ଜ୍ଞାନ, ଦୀପ, ଅନ୍ନ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏଥିରେ ଦାରିଙ୍ଗବାଡ଼ି ବ୍ଲକ୍‌ର ବିଭିନ୍ନ ଭଗବତ ଟୁଙ୍ଗିରୁ ସଂକୀର୍ତ୍ତନ ଦଳ ପହଞ୍ଚି ନାମ ଜପସହ କୀର୍ତ୍ତନ କରି ଶ୍ରୀକୃଷ୍ଣ ଏବଂ ଶ୍ରୀରାମଙ୍କୁ ସ୍ମରଣ କରିଥିଲେ। ରବିବାର ସକାଳ ପର୍ଯ୍ୟନ୍ତ ଅଖଣ୍ଡ ନାମ ଜପ ଚାଲିବ ବୋଲି ମା’ଦୁର୍ଗାପୂଜା କମିଟିର ସଭାପତି ଜୟଚନ୍ଦ୍ର ପଡ୍ରା କହିଛନ୍ତି। ଏହି ଯଜ୍ଞରେ ଶହ ଶହ ଶ୍ରଦ୍ଧାଳୁ ଯୋଗଦାନ କରୁଛନ୍ତି। ଏହି କାର୍ଯ୍ୟକ୍ରମକୁ ସୂଚାରୁରୂପେ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲାରୁ ସ୍ବତନ୍ତ୍ର ଭାବେ ମହିଳା ପୋଲିସ ସୁରକ୍ଷା କର୍ମୀ ସମେତ ଅନ୍ୟ ସୁରକ୍ଷା କର୍ମୀ ପାଇଁତରା ଦେଉଛନ୍ତି। ଦାରିଙ୍ଗବାଡ଼ି ଥାନା ଅଧିକାରୀ ତଥା ଡିଏସ୍‌ପି କନକ ମାଝୀଙ୍କ ନେତୃତ୍ୱରେ ଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ, ସବଇସ୍ପପେକ୍ଟର ବାସନ୍ତୀ ବେହେରା, ଏଏସ୍‌ଆଇ ଶ୍ରୀନିବାସ ରାଓ, ଅର୍ଜୁନ ଶବରଙ୍କ ସମେତ ବହୁ ସୁରକ୍ଷା କର୍ମୀ ଉପସ୍ଥିତ ରହି କଡା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri