ଅମୃତ ମିଳନରେ ଶହ ଶହ ଶ୍ରଦ୍ଧାଳୁ

ଦାରିଙ୍ଗବାଡ଼ି, ୨୯।୧୧ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ମା’ଦଶଭୁଜା ଦୁର୍ଗମଣ୍ଡପଠାରେ ଶନିବାର ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଛି। ସକାଳ ୯ ଟାରୁ ଶହ ଶହ ମହିଳା ଶିବ ମନ୍ଦିର ପ୍ରାଙ୍ଗଣରେ ଥିବା ପୋଖରୀରୁ ଗଙ୍ଗାପୂଜା କରି ଜଳ ଉଠାଇ ବିରାଟ କଳସ ଶୋଭାଯାତ୍ରାରେ ବାହାରି ଯଜ୍ଞ ସ୍ଥଳରେ ପହଞ୍ଚିଥିଲେ। ଅସ୍ଥାୟୀ ମଣ୍ଡପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ସହ ଅଷ୍ଟପ୍ରହରୀ ନାମ ଯଜ୍ଞ, ଘୃତ, ଜ୍ଞାନ, ଦୀପ, ଅନ୍ନ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏଥିରେ ଦାରିଙ୍ଗବାଡ଼ି ବ୍ଲକ୍‌ର ବିଭିନ୍ନ ଭଗବତ ଟୁଙ୍ଗିରୁ ସଂକୀର୍ତ୍ତନ ଦଳ ପହଞ୍ଚି ନାମ ଜପସହ କୀର୍ତ୍ତନ କରି ଶ୍ରୀକୃଷ୍ଣ ଏବଂ ଶ୍ରୀରାମଙ୍କୁ ସ୍ମରଣ କରିଥିଲେ। ରବିବାର ସକାଳ ପର୍ଯ୍ୟନ୍ତ ଅଖଣ୍ଡ ନାମ ଜପ ଚାଲିବ ବୋଲି ମା’ଦୁର୍ଗାପୂଜା କମିଟିର ସଭାପତି ଜୟଚନ୍ଦ୍ର ପଡ୍ରା କହିଛନ୍ତି। ଏହି ଯଜ୍ଞରେ ଶହ ଶହ ଶ୍ରଦ୍ଧାଳୁ ଯୋଗଦାନ କରୁଛନ୍ତି। ଏହି କାର୍ଯ୍ୟକ୍ରମକୁ ସୂଚାରୁରୂପେ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିଲାରୁ ସ୍ବତନ୍ତ୍ର ଭାବେ ମହିଳା ପୋଲିସ ସୁରକ୍ଷା କର୍ମୀ ସମେତ ଅନ୍ୟ ସୁରକ୍ଷା କର୍ମୀ ପାଇଁତରା ଦେଉଛନ୍ତି। ଦାରିଙ୍ଗବାଡ଼ି ଥାନା ଅଧିକାରୀ ତଥା ଡିଏସ୍‌ପି କନକ ମାଝୀଙ୍କ ନେତୃତ୍ୱରେ ଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ, ସବଇସ୍ପପେକ୍ଟର ବାସନ୍ତୀ ବେହେରା, ଏଏସ୍‌ଆଇ ଶ୍ରୀନିବାସ ରାଓ, ଅର୍ଜୁନ ଶବରଙ୍କ ସମେତ ବହୁ ସୁରକ୍ଷା କର୍ମୀ ଉପସ୍ଥିତ ରହି କଡା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri