ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ ବିଶ୍ୱଶାନ୍ତି ମହାଯଜ୍ଞ ରବିବାର ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ପୂର୍ଣ୍ଣାହୁତି ହୋଇଯାଇଛି । ଗତ ୨୨ ତାରିଖ ଠାରୁ ପଣ୍ଡିତ ସୁଧାଂଶୁ କରଙ୍କ ପୌରହିତ୍ୟରେ ଆରମ୍ଭ ହୋଇଥିବା ଏହି ମହାଯଜ୍ଞରେ ପ୍ରତ୍ୟହ ଘୃତ ଯଜ୍ଞ, ନାମ ଯଜ୍ଞ, ଅନ୍ନ ଯଜ୍ଞ ଅନୁଷ୍ଠିତ ହୋଇଥିବା ବେଳେ  ପୂର୍ଣ୍ଣାହୁତିରେ ଗଞ୍ଜାମ – ଗଜପତି ଜିଲାର ବିଭିନ୍ନ ଅଞ୍ଚଳରୁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।

ଦିଗପହଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ ଏଥିରେ ଯୋଗ ଦେଇ ଯଜ୍ଞ ନାରାୟଣଙ୍କ ଦର୍ଶନ କରିବା ସହ ବ୍ଲକର ସମସ୍ତ ଜନସାଧାରଣଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ଆହୂତି ପ୍ରଦାନ କରିଥିଲେ। ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଲିଙ୍ଗରାଜ ପଣ୍ଡା ଓ ସହଧର୍ମିଣୀ କର୍ତ୍ତା ଆସନ ଅଳଙ୍କୃତ କରିଥିଲେ।

ଶ୍ରଦ୍ଧାଳୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ଦୀର୍ଘ ୧୧ ଦିନ ବ୍ୟାପି ଅନୁଷ୍ଠିତ ମହାଯଜ୍ଞକୁ ପରିଚାଳନା କମିଟି ସଭାପତି ରଞ୍ଜନ କୁମାର ପାଣିଗ୍ରାହୀ, ସମ୍ପାଦକ ରବିଚନ୍ଦ୍ର ଗୈାଡ, ଉପସଭାପତି କିଶୋର ଚନ୍ଦ୍ର ସର୍ଦ୍ଦାର ଓ ଦାଶରଥି ବେହେରା, ସହସମ୍ପାଦକ ସିମାଞ୍ଚଳ ଗୌଡ଼, କୋଷାଧ୍ୟକ୍ଷ ବି. ବାବୁ ପାତ୍ର, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ, ସକ୍ରିୟ କାର୍ଯ୍ୟକର୍ତ୍ତା ଚିତ୍ରସେନ ଗୌଡ଼, ପ୍ରତାପ ଦିକ୍ଷୀତ, ଶିବରାମ ପ୍ରଧାନ, ବାବୁଲା ସାହୁ,ଅଭି ଗୌଡ଼, ସୁଦୟା ମଳିକ, ବିଶ୍ଵନାଥ ଜାନି, ବୀର ମଳିକ, ତ୍ରିନାଥ ପଣ୍ଡା,ବାବୁ ପଣ୍ଡା, ଶଙ୍କର ଦଳେଇ,ଉଦୟ ଗୌଡ଼ ପ୍ରମୁଖ ପରିଚାଳନା କରିଥିବା ବେଳେ ଚଷାନିମଖଣ୍ଡି, ନିମଖଣ୍ଡି ପେଣ୍ଠ, ଖମ୍ବାରିଗାଁ ଏବଂ ଭୀଷ୍ମଗିରି ପଞ୍ଚାୟତ ଅଧିନ ବିଭିନ୍ନ ଗ୍ରାମର ବାସିନ୍ଦା ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?