ସାର ପାଇଁ ରାସ୍ତା ଅବରୋଧ କଲେ ଶତାଧିକ ଚାଷୀ: ଆଇଆଇସି ପହଞ୍ଚି ପ୍ରତିଶ୍ରୁତି ଦେଇ କହିଲେ…

ଦିଗପହଣ୍ଡି/ପାଟପୁର,୧।୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ଚାଷୀଙ୍କୁ ୟୁରିଆ ସାର ଯୋଗାଣ କରାଯାଉନଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବୁଧବାର ବହୁସଂଖ୍ୟକ ଚାଷୀ ଦିଗପହଣ୍ଡି – ଆସିକା ୩୨୬ ନଂ. ଜାତୀୟ ରାଜପଥର ସାହାସପୁର ହାଟପଦା ଠାରେ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି।  ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ଖୁବଶୀଘ୍ର ସାର ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।  ଏନେଇ ସମବାୟ ସମ୍ପାଦକ ନାରାୟଣ ରାଉଳଙ୍କୁ ପଚାରିବାରୁ ପୂର୍ବରୁ ୪୫୦ ବସ୍ତା ୟୁରିଆ ସାର ଚାଷୀଙ୍କୁ ସରକାରଙ୍କ ନିର୍ଦ୍ଧାରିତ ଦର ୨୭୦ ଟଙ୍କା ଲେଖାଏଁ ବିକ୍ରି କରାଯାଇଥିଲା। କିଛି ବ୍ୟକ୍ତି ୨୭୦ ଟଙ୍କାରେ ସାର କିଣି ନେଇ ତାହାକୁ ବସ୍ତା ପ୍ରତି ୬୦୦ ଟଙ୍କାରେ କଳାବଜାର କରି ବିକ୍ରି କରୁଛନ୍ତି। ପରେ ସମବାୟ ସମିତିକୁ ୬୭୫ ବସ୍ତା ସାର ଆସିବା ପରେ ଗତ ୧୫ ତାରିଖରେ ଚାଷୀଙ୍କୁ ବିକ୍ରି କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ପ୍ରାୟ ୫ ଶହ ସାର ବସ୍ତା ଚାଷୀଙ୍କୁ ବିକ୍ରି କରାଯିବା ପରେ ସମବାୟ କାର୍ଯ୍ୟାଳୟ ସମ୍ମୁଖରେ ବହୁସଂଖ୍ୟକ ଚାଷୀ ସାର ପାଇଁ ଧସ୍ତାଧସ୍ତିି ହେବାରୁ ଉପସ୍ଥିତ ପୋଲିସ ଅଧିକାରୀଙ୍କ ନିର୍ଦ୍ଦେଶରେ ସାର ବିକ୍ରି ବନ୍ଦ କରାଯାଇଥିଲା। ବହୁ ସଂଖ୍ୟକ ଚାଷୀ ସାର ନ ପାଇବା କାରଣରୁ ହାଟପଦା ଛକରେ ଜାତୀୟ ରାଜପଥକୁ ଟାୟାର ଜାଳି ଅବରୋଧ କରିଥିଲେ। ପାଟପୁର ଥାନା ପୋଲିସ ଟିମ ଓ ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ବଳକା ପ୍ରାୟ ୧୫୦ ବସ୍ତା ସାର ବୁଧବାର ସକାଳେ ବିକ୍ରି ପାଇଁ ବ୍ୟବସ୍ଥା କରିବା ବେଳେ ଖବରପାଇ ବହୁ ସଂଖ୍ୟକ ଚାଷୀ ସମବାୟ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ହୋହଲ୍ଲା କରିଥିଲେ। ଫଳରେ ସାର ବିକ୍ରି ବନ୍ଦ କରିବାକୁ ପଡ଼ିଥିଲା। ପ୍ରତିବାଦରେ ସେମାନେ ରାସ୍ତା ଅବରୋଧ କରିଥିଲେ। ଅପରପକ୍ଷରେ ସମବାୟ ସମ୍ପାଦକ ନିଜ ସମ୍ପର୍କୀୟଙ୍କୁ ଲୁଚା ଚୋରାରେ ସାର ବିକ୍ରି କରୁଥିବା ଚାଷୀ ଅଭିଯୋଗ କରିଛନ୍ତି। ଏପରିକି ସେ କିଛି ବ୍ୟବସାୟୀଙ୍କୁ ଅତ୍ୟଧିକ ଦରରେ ସାର ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ସମ୍ପର୍କରେ ସମବାୟ ସମ୍ପାଦକଙ୍କୁ ପଚାରିବାରୁ ସେ ଏହାକୁ ଅସ୍ବୀକାର କରିଛନ୍ତି। ସାର ବିକ୍ରି ବେଳେ ଆବଶ୍ୟକ ସୁରକ୍ଷା ଯୋଗାଇଦେବାକୁ ସେ ଏବଂ ସମବାୟ ସମିତି ସଭାପତି କୈଳାସ ପାତ୍ର ପାଟପୁର ଥାନାକୁ ଦରଖାସ୍ତ ଦେବା ପାଇଁ ଯିବେ ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri