ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସହରର ସମସ୍ତ ସ୍କୁଲ ଓ କଲେଜରୁ ଶତାଧିକ ଛତ୍ରୀଛାତ୍ର ଭାଗନେଇଥିଲେ। ବନ୍ଦେ ମାତରମ୍‌ ଗୀତର ୧୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଏହାକୁ ସାମୂହିକ ଗାନ କରାଯାଇଥିଲା। ଏହି ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରୀଛାତ୍ରଙ୍କୁ ଅଧ୍ୟକ୍ଷ ଯାଦବ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀ ମାନପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଏବିଡିଓ ସିଦ୍ଧେଶ୍ୱର ମେହେରଙ୍କ ସମେତ କାଉନସିଲର, ବିଭିନ୍ନ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ, ମହିଳା ଗ୍ରୁପ ସଦସ୍ୟ ସାମିଲ ହୋଇଥିଲେ। ବି. ଚନ୍ଦ୍ରଶେଖର ଆଚାରି ମଞ୍ଚ ପରିଚାଳନା ଓ ଜି. କ୍ରିଷ୍ଣା ରେଡ୍ଡୀ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily