ଶତାଧିକ ଜବ୍‌କାର୍ଡ ରଦ୍ଦ: ବିଡିଓଙ୍କ ଦ୍ୱାରସ୍ଥ ହେଲେ ହିତାଧିକାରୀ

କୋକସରା,୨୯ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତର ବାବେକୋହରା ଓ କଛାରପଡ଼ା ଗ୍ରାମର ଶତାଧିକ ଜବ୍‌କାର୍ଡ ହିତାଧିକାରୀଙ୍କ ଅଜାଣତରେ ରଦ୍ଦ କରିଥିବା ଅଭିଯୋଗ ନେଇ ବୁଧବାର ଦୁଇ ଗ୍ରାମବାସୀ କୋକସରା ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ଅଭିଯୋଗ ଅନୁସାରେ, ପଞ୍ଚାୟତ ଓ ବ୍ଲକ କର୍ମଚାରୀମାନେ ହିତାଧିକାରୀଙ୍କୁ ନ ଜଣାଇ ଶତାଧିକ ଲୋକଙ୍କ ଜବ୍‌କାର୍ଡକୁ ଡିଲିଟ୍‌ କରିଦେଇଛନ୍ତି । ଯାହା ଫଳରେ ସରକାରଙ୍କ ମନରେଗା ଯୋଜନାରେ ଏହି ଶ୍ରମିକମାନେ କାମ କରିବାରୁ ବଞ୍ଚିତ ହୋଇଛନ୍ତି। ଅନ୍ୟପଟେ ସରକାରୀ କର୍ମଚାରୀଙ୍କ ନଁାରେ ଜବ୍‌କାର୍ଡ ରହିଥିବା ମଧ୍ୟ ଅଭିଯୋଗ କରିଛନ୍ତି। ଯେଉଁମାନେ ପ୍ରକୃତ ଶ୍ରମିକ ବର୍ଷତମାମ କାମ କରି ପରିବାର ପ୍ରତିପୋଷଣ କରନ୍ତି ସେମାନଙ୍କ ଜବ୍‌କାର୍ଡକୁ ଜାଣିଶୁଣି ଡିଲିଟ୍‌ କରାଯାଇଛି। ଏଣୁ ଏହାର ଉଚିତ୍‌ ତଦନ୍ତ କରି ଗରିବ ଶ୍ରେଣୀର ଲୋକଙ୍କ ଜବ୍‌କାର୍ଡକୁ ପୁନଃ ଚାଲୁ କରିବା ସହ କାମ ନ କରିବା ଲୋକଙ୍କ ନାମରେ ଥିବା ଜବ୍‌କାର୍ଡକୁ ରଦ୍ଦ କରିବାକୁ ଦାବି କରିଛନ୍ତି। ବୁଧବାର ଓ୍ବାର୍ଡସଭ୍ୟ କୃଷ୍ଣ ଚନ୍ଦ୍ର ରାଉତ, କୈବଲ୍ୟ ନାଏକ, ଯୁବରାଜ ନାଏକ କୋକସରା ବିଡିଓ ମନୀଷା ଦାସଙ୍କୁ ହିତାଧିକାରୀ ମୀନକେତନ ମାଝି, କ୍ଷୀର ମାଝି, ବଳସିଂ ପୂଝାରୀ, କୈଲାସ ନାଏକ, ଅଭି ରାଉତ, ମକରନ୍ଦ ମାଝି, ହରିପାଳ ଗଉଡ଼, ହେମରାଜ ନାଏକ, ବସନ୍ତ କୁମାର ନାଏକଙ୍କ ସମେତ ଦୁଇ ଗ୍ରାମର ଶତାଧିକ ହିତାଧିକାରୀଙ୍କ ଦସ୍ତଖତ ସମ୍ମିଳିତ ଏକ ଅଭିଯୋଗପତ୍ର ପ୍ରଦାନ କରିଛନ୍ତି। ଅନ୍ୟପଟେ ବିଡିଓ ରଦ୍ଦ ହୋଇଥିବା ସମସ୍ତ ଜବ୍‌କାର୍ଡର ନକଲ କପି ଦେବାକୁ କହିବା ସହ ତଦନ୍ତ କରାଯିବ ବୋଲି କହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri