ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଛତ୍ରପୁର ନିର୍ବାଚନମଣ୍ଡଳୀ ପକ୍ଷରୁ ସଂକଳ୍ପରୁ ସିଦ୍ଧି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ଅବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘାୟୁ, ସୁସ୍ଥ ଜୀବନ ଏବଂ ରାଷ୍ଟ୍ରସେବାରେ ଅବ୍ୟାହତ ସଫଳତା କାମନା ନିମନ୍ତେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ସହିତ ଶହ ଶହ ନେତା ଓ କର୍ମୀମାନେ ଦୀପ ଲଗାଇ ସ୍ବତନ୍ତ୍ର ପୂଜା ଓ ପ୍ରାର୍ଥନା କରିଥିଲେ l ଦେଶର ସର୍ବାଧିକ ସମୟ ଧରି ଜନକଲ୍ୟାଣ ପାଇଁ ନିରନ୍ତର ଭାବେ ସମର୍ପିତ ପ୍ରଧାନମନ୍ତ୍ରୀ ଭାବରେ ମୋଦି ଜୀଙ୍କ ୪,୩୯୯ ଦିନର ଐତିହାସିକ ଯାତ୍ରାକୁ ସ୍ମରଣ କରାଯିବା ସହ ତାଙ୍କର ଦୂରଦର୍ଶୀ ନେତୃତ୍ୱରେ ବିକଶିତ ଭାରତ ଗଠନର ସଂକଳ୍ପକୁ ଆହୁରି ସମର୍ଥନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟିର ଜିଲା ସାଧାରଣ ସମ୍ପାଦକ ପଦ୍ମ ଚରଣ ସାହୁ, ଜିଲା ସମ୍ପାଦକ ଏନ. ଦୁର୍ଯ୍ୟୋଧନ ରେଡ୍ଡୀ ଓ ବସନ୍ତ କୁମାର ବେହେରା, କଣମଣା ମଣ୍ଡଳ ସଭାପତି ଏନ. ଦିନବନ୍ଧୁ,ପି . ରାମବାବୁ, କେ. ଦାଶରଧି, କେ. ଏଲେୟା, ସମ୍ପଦ ନାହାକ, ସରକାରୀ ଓକିଲ ପ୍ରଦୀ ପ କୁମାର ପାଢ଼ୀ, ଚୈତନ୍ୟ ପ୍ରଧାନ, ରାଜେନ୍ଦ୍ର ପଲାଇ, ସରପଞ୍ଚ ରବୀନ୍ଦ୍ର ରାଉଳ, ସଂଜିତ କୁମାର ରାଉଳ, ଗୌରୀ ଶଙ୍କର ନାହାକ, ଡି. ସୁରେଶ ରେଡ୍ଡୀ, ବନୋଜ ନାହାକଙ୍କ ସମେତ ନିର୍ବାଚନମଣ୍ଡଳୀର ବହୁ ଛାମୁଆ ଏବଂ ଆଗଧାଡ଼ିର ନେତୃବୃନ୍ଦମାନେ ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri