୨୬ରେ ଭୁବନେଶ୍ୱର ଯିବେ ଜିଲାର ଶତାଧିକ ସଦସ୍ୟା ସଦସ୍ୟ

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଛଟେଇ ହୋଇଥିବା ବାହ୍ୟ ଠିକା କର୍ମଚାରୀମାନଙ୍କୁ ପୁନଃନିଯୁକ୍ତି, ସମାନ କାମକୁ ସମାନ ଦରମା ଏବଂ ବାହ୍ୟ ଠିକା କର୍ମଚାରୀମାନଙ୍କୁ ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବିରେ ଶୁକ୍ରବାର ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଦେବଗଡ଼ ଶାଖା ପକ୍ଷରୁ କଳାବ୍ୟାଜ ପରିଧାନ ଶେଷ ହୋଇଛି। ତେବେ ଆଗାମୀ ୨୬ ତାରିଖରେ ଭୁବନେଶ୍ୱରସ୍ଥିତ ଲୋୱର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ହେବାକୁ ଥିବା ଧାରଣା ପାଇଁ ସଜବାଜ ଆରମ୍ଭ ହୋଇଛି। ଏହି ଧାରଣାରେ ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଦେବଗଡ ଶାଖାର ୨୦୦ରୁ ଊର୍ଦ୍ଧ୍ୱ ସଦସ୍ୟାସଦସ୍ୟ ଅଂଶଗ୍ରହଣ କରିବେ ବୋଲି ସଂଘ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଉପରୋକ୍ତ ୩ ଦଫା ଦାବିରେ ଦେବଗଡ ଜିଲାରେ ୨୯ଟି ବିଭାଗରେ କାର୍ଯ୍ୟରତ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ସରକାରୀ ଆଉଟସୋର୍ସିଂ କର୍ମଚାରୀ ଗତ ୧୭ ତାରିଖଠାରୁ ଜିଲା ସଦର ମହକୁମା ସମେତ ଜିଲାର ୩ଟି ବ୍ଲକର ବିଭିନ୍ନ କାର୍ଯ୍ୟାଳୟରେ କଳାବ୍ୟାଜ ପରିଧାନ କରି ସାଙ୍କେତିକ ଆନ୍ଦୋଳନ ଚଲାଇବା ସହ ଶାନ୍ତିପୂର୍ଣ୍ଣ ଭାବେ ନିଜର କାର୍ଯ୍ୟ ସମ୍ପାଦକ କରୁଥିଲେ। ସେହିପରି ଶୁକ୍ରବାର ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚଳାଇବାକୁ ନଷ୍ପତ୍ତି ନେବା ସହ ୨୨ ତାରିଖ ମଧ୍ୟରେ ଉପରୋକ୍ତ ୩ ଦଫା ଦାବି ପୂରଣ ନ ହେଲେ ୨୬ ତାରିଖରେ ମହାସଂଘ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋୱର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ସରକାରଙ୍କୁ ଲିଖିତ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri