ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ

ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା ଜାରି ରହିଲେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ କୋଟି ଟପିବାର ଆଶଙ୍କା ରହିଥିବା ନୀତି ଆୟୋଗ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ଦେଶର ୮୫ ପ୍ରତିଶତ ଲୋକଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥିବା ଏଥିରେ ଦର୍ଶାଯାଇଛି। ଏନେଇ ନୀତି ଆୟୋଗ ସଦସ୍ୟ ଡାକ୍ତର ବି.କେ. ପଲ୍‌ ସୂଚନା ଦେଇଛନ୍ତି। ତେବେ ଏବେ ଲୋକଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା ଏବଂ ସାମାଜିକ ଦୂରତା ଅବଲମ୍ବନ କରିବା ନେଇ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡ଼ିବ ବୋଲି ପଲ୍‌ କହିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ କେହି ରୋକି ପାରିବେ ନାହିଁ। କିନ୍ତୁ କେତେକ ସୁରକ୍ଷା ମାର୍ଗଦର୍ଶିକା ପାଳନ କରିବା ଦ୍ୱାରା ସଂକ୍ରମଣରୁ ସହଜରେ ଦୂରେଇ ରହିହେବ। ଏହି ଭୂତାଣୁ ଜଣଙ୍କଠାରୁ ୫ ଜଣ ଏବଂ ପରେ ୫ ଜଣଙ୍କଠାରୁ ୫୦ ଜଣଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଛି। ଧୀରେଧୀରେ ଏଭଳି ସଂକ୍ରମଣ ଜାରି ରହିଛି। ଅଗାମୀ ଦିନରେ ଏହା ପୁଣି ବଢ଼ିବ ବୋଲି ସେ ସତର୍କ ସୂଚନା ଦେଇଛନ୍ତି। ସଂକ୍ରମଣ ବଢୁଥିଲେ ମଧ୍ୟ ସ୍ଥିତି ନିୟନ୍ତ୍ରଣରେ ରହିଥିବା ସେ କହିଛନ୍ତି। ସେହିପରି ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି ଯେ, ଦେଶର ୮୦ରୁ ୮୫ ପ୍ରତିଶତ ଲୋକ ସଂକ୍ରମଣର ଅତି ସମ୍ବେଦନଶୀଳ ଶ୍ରେଣୀଭୁକ୍ତ ରହିଛନ୍ତି। ଅପରପକ୍ଷରେ ୧୫ ପ୍ରତିଶତ ଲୋକ ହୁଏତ ପୂର୍ବରୁ ଆକ୍ରାନ୍ତ ହୋଇସାରିଛନ୍ତି ଅଥବା ସେମାନଙ୍କଠାରେ ପ୍ରତିରୋଧକ ଶକ୍ତି ସୃଷ୍ଟି ହୋଇ ସାରିଛି। କିଛି ଦିନ ପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଦେଶରେ ହର୍ଡ ଇମୁନିଟି ସୃଷ୍ଟି ହେବା ପାଇଁ କିଛି ସମୟ ଲାଗିବ ବୋଲି କହିଥିଲେ। ତେଣୁ ସରକାର ସାର୍ବଜନୀକ ସ୍ବାସ୍ଥ୍ୟ ସେବାକୁ ଗରୁତ୍ୱ ଦେଉଥିବା ସେ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭ ଲକ୍ଷ ୩୨ ହଜାର ୫୧୯ ଛୁଇଁଛି। ସେହିପରି ମୃତ୍ୟୁ ସଂଖ୍ୟା ୯୧ ହଜାର ୧୪୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?