ତୁର୍କୀ-ସିରିଆ ଭୂକମ୍ପ: ମୃତ୍ୟୁସଂଖ୍ୟା ୩୮୦୦ ଛୁଇଁଲା, ଭାରତ ପଠାଇଲା ଏନ୍‌ଡିଆର୍‌ଏଫ୍‌ ଟିମ୍‌

ନୂଆଦିଲ୍ଲୀ,୭।୨: ତୁର୍କୀ ଏବଂ ସିରିଆ ସମେତ ଚାରିଟି ଦେଶରେ ଭୂକମ୍ପ ବ୍ୟାପକ ଧ୍ୱଂସ ଘଟାଇଛି। ତୁର୍କୀର ନୁର୍‌ଦାଗି ଠାରୁ ୨୩ କିଲୋମିଟର ପୂର୍ବରେ ଏହି କମ୍ପନ ଅନୁଭୂତ ହୋଇଥିଲା। ଏହାର ପ୍ରଭାବ ସିରିଆ ପର୍ଯ୍ୟନ୍ତ ଥିଲା। ଭୂକମ୍ପ ଯୋଗୁ ଅନେକ ଅଟ୍ଟାଳିକା ଭୁଶୁଡି ପଡିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୮ ଥିଲା।
ସୂଚନାନୁସାରେ, ତୁର୍କୀ ଏବଂ ସିରିଆରେ ଅତି କମରେ ୩୮୦୦ ଲୋକ ପ୍ରାଣ ହରାଇଛନ୍ତି ଏବଂ ୫୦୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୧୦ଟି ସହରରେ ୧୭୦୦ରୁ ଅଧିକ କୋଠା ନଷ୍ଟ ହୋଇଯାଇଛି ବୋଲି ଦେଶର ଉପରାଷ୍ଟ୍ରପତି ଫିଆଟ ଅକ୍ଟାଇ ଦର୍ଶାଇଛନ୍ତି। ଏଥିସହ ସିରିଆରେ ଅତି କମରେ ୭୮୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୩୯ ଜଣ ଆହତ ହୋଇଛନ୍ତି। ଇସ୍ରାଏଲ ଏବଂ ଲେବାନନରେ ମଧ୍ୟ ଅନେକ ଲୋକଙ୍କ ମୃତ୍ୟୁ ଘଟିଛି। ଶହ ଶହ ଲୋକ ଏବେ ମଧ୍ୟ କୋଠା ତଳେ ଫସି ରହିଛନ୍ତି ଏବଂ ଅନେକ ନିଖୋଜ ଅଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ତୁର୍କୀରେ ସାତ ଦିନ ଜାତୀୟ ଶୋକ ଘୋଷଣା କରାଯାଇଛି।
ତୁର୍କୀକୁ ସମସ୍ତ ସମ୍ଭାବ୍ୟ ସାହାଯ୍ୟ ଭାରତ ନିଶ୍ଚିତ କରିଛି। ଏହା ଅଧୀନରେ ଏନ୍‌ଡିଆର୍‌ଏଫ୍‌ ଦଳ ଏବଂ ସ୍ବତନ୍ତ୍ର ତାଲିମପ୍ରାପ୍ତ କୁକୁର ଦଳ ତୁର୍କୀକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri