ତୁର୍କୀ, ସିରିଆ ଭୂକମ୍ପରେ ମୃତ୍ୟୁସଂଖ୍ୟା ୨୩୦୦କୁ ବୃଦ୍ଧି

ଇସ୍ତାନବୁଲ୍‌,୬।୨: ତୁର୍କୀ ଓ ସିରିଆରେ ରବିବାର ବିଳମ୍ବିତ ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଲୋକମାନେ ଶୋଇଥିବା ସମୟରେ ଭୂକମ୍ପ ହେବାରୁ ୨,୩୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇବା ସହ ୧୦ହଜାରରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ଏଥିସହ ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭଗ୍ନାବଶେଷ ତଳେ ଶହ ଶହ ଲୋକ ରହିଯାଇଥିବା ବିଶ୍ୱାସ କରାଯାଉଛି। ତେଣୁ ମୃତ୍ୟୁସଂଖ୍ୟା ବହୁତ ବଢ଼ିବା ଆଶଙ୍କା ରହିଛି। ଭୂକମ୍ପରେ ବହୁ ଘର ମାଟିରେ ମିଶିଯାଇଛି। ରାତିରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୮ ରହିଥିଲା, ଯାହାର କମ୍ପନ ଗ୍ରୀନ୍‌ଲାଣ୍ଡ ଏବଂ ସାଇପ୍ରସ୍‌ ଦ୍ୱୀପ ପର୍ଯ୍ୟନ୍ତ ଅନୁଭୂତ ହୋଇଥିଲା। ଏହାର କିଛି ଘଣ୍ଟା ପରେ ଆଉ ଏକ ଭୂକମ୍ପ ହେବାରୁ ତୁର୍କୀର କେତେକ ବୃହତ୍‌ ସହର ଧ୍ୱଂସ ପାଇଛି, ଯେଉଁଠି ଘଞ୍ଚ ଜନବସତି ରହିଥିଲା। ସିରିଆ ଗୃହଯୁଦ୍ଧ ସମୟରେ ଲକ୍ଷ ଲକ୍ଷ ଲୋକ ପଳାଇଆସି ଉକ୍ତ ଅଞ୍ଚଳରେ ରହିଥିଲେ। ସିରିଆର ବିଦ୍ରୋହୀ ଏବଂ ସରକାରଙ୍କ ନିୟନ୍ତ୍ରଣରେ ଥିବା ଅଞ୍ଚଳରେ ଅନୂ୍ୟନ ୭୮୩ ଜଣଙ୍କ ମୃତ୍ୟୁ ଘଟିଛି। ତୁର୍କୀରେ ଭୂକମ୍ପ ଜନିତ ମୃତ୍ୟୁସଂଖ୍ୟା ୧୦୦୦ରୁ ଊର୍ଦ୍ଧ୍ୱ ପହଞ୍ଚିଥିବା ବେଳେ ୩ ହଜାରରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଏହାର ରାଷ୍ଟ୍ରପତି ରେସିପ୍‌ ତାୟିପ ଏର୍ଡୋଗାନ୍‌ ସୂଚନା ଦେଇଛନ୍ତି। ଦୁଇ ଦଶନ୍ଧି ମଧ୍ୟରେ ଏହା ସବୁଠୁ ଶକ୍ତିଶାଳୀ ଭୂକମ୍ପ ବୋଲି ସେ କହିଛନ୍ତି। ଅନ୍ୟପଟେ ତୁର୍କୀର ଏକ ହସ୍ପିଟାଲ ଭୁଶୁଡ଼ି ପଡ଼ିବାରୁ ନବଜାତ ଶିଶୁଙ୍କ ସମେତ ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ତୁର୍କୀ କର୍ତ୍ତୃପକ୍ଷ ଲେବଲ୍‌ ୪ ସତର୍କ ସୂଚନା ଜାରି କରିବା ସହ ଅନ୍ତର୍ଜାତୀୟ ସହାୟତା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?