ଭାଜପାରେ ସାମିଲ ହେଲେ ଶତାଧିକ ଲୋକ

ଗୋପାଳପୁର,୧୧ା୪(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ତାତି ସେତେ ବଢ଼ୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ଖଜୁରିଆ ବାଇପାସଠାରେ ବୁଥ୍‌ସ୍ତରୀୟ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଗୋପାଳପୁର ବିଧାୟକ ପ୍ରାର୍ଥୀ ବିଭୂତି ଭୂଷଣ ଜେନା, ଯୁବନେତା ପୀତବାସ ପଣ୍ଡା, ଲୋକ ସଭା ସଂଯୋଜକ ସ ସରୋଜ ସାବତ, ଜିଲା ଯୁବ ମୋର୍ଚ୍ଚା ସଭାପତି ଶିବ ନାୟକ, ଗଙ୍ଗାଧର ଶତପଥୀ, ପଞ୍ଚୁ ବେହେରା, ପ୍ରଦୀପ ପଟ୍ଟନାୟକ, ସନତ ନାହକ, ବିଭିନ୍ନ ମଣ୍ଡଳୀ ସଭାପତି ଯୋଗ ଦେଇଥିଲେ। ଏହି ନିର୍ବାଚନ ମଣ୍ଡଳୀରେ ୨୧୩ଟି ବୁଥ୍‌ ଥିବା ବେଳେ ପ୍ରତି ବୁଥ୍‌ରେ ୧୦ ଜଣ ସଦସ୍ୟ ରହିବେ। ମହିଳା ଓ ଯୁବକ ପାଖକୁ ଯାଇ ସମ୍ପର୍କ ବଢ଼ାଇବା ସହ କେନ୍ଦ୍ର ସରକାରଙ୍କ ଯୋଜନା ପହଞ୍ଚଇବା ପାଇଁ କୁହାଯାଇଥିଲା। ସୈନିକ ଭାବେ ବୁଥ୍‌ରେ କାର୍ଯ୍ୟ କରିବା ପଡ଼ିବ ବୋଲି କର୍ମୀମାନଙ୍କୁ ଯୁବନେତା ପଣ୍ଡା ଆହ୍ବାନ କରିଥିଲେ। ସରକାରୀ କଳ ଓ ସରକାର ଦଳ ଭୟଭୀତ କରାଉଛନ୍ତି। ତାକୁ ସମ୍ମୁଖୀନ ହେବାକୁ ପଡ଼ିବ। ଡରିବେ ନାହିଁ ବୋଲି ବିଧାୟକ ପ୍ରାର୍ଥୀ ଜେନା କହିଥିଲେ। ବୁଥ୍‌ସ୍ତରରେ ଭୋଟ ଆଣିବା ପାଇଁ ସଂକଳ୍ପ ସହ ଶପଥ ନେବା ଏବଂ ପରିବର୍ତ୍ତନ କରି ପ୍ରଧାନମନ୍ତ୍ରୀ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ଆଣିବା ପାଇଁ ଏମ୍‌ପି ପ୍ରାର୍ଥୀ ପାଣିଗ୍ରାହୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ, ସମିତି ସଭ୍ୟ, ବିଜେଡି ଓ ଅନ୍ୟ ଦଳ ବହୁ କର୍ମୀମାନେ ଭାଜପାରେ ସାମିଲ ହୋଇଥିଲେ। ଏହି ଅବସରରେ ରାଜେଶ ସାହୁ, ଅନିଲ ପତି, ସୁନୀଲ ପାତ୍ର, ଗଙ୍ଗା ପାତ୍ର, ଜଗମୋହନ ପାତ୍ର, ଗଙ୍ଗାଧର ପାତ୍ର,ଏନ ଧନଞ୍ଜୟ ରାଓ,ବ୍ରଜମୋହନ ନାହକ, ଅସିତ ଶତପଥୀ, ଗୋପୀନାଥ ମହାରଣା, ରାଜେଶ ପଟ୍ଟନାୟକ,ଗୋପାଳ ରେଡ୍ଡୀ, ସନ୍ତୋଷ ବିଷୋୟୀ, ଲକ୍ଷ୍ମୀ ନାରାୟଣ ପାତ୍ର, ପି.କାମ ରାଜୁ ଓ ଶତାଧିକ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ବିବାହକୁ ପୂରିନି ମାସେ: ଜୁଲାଇ ୧୨ରେ ବାହାଘର ଅଗଷ୍ଟ ୫ରେ ହତ୍ୟା, ବାହାଘର ନା…

ନିଶ୍ଚିନ୍ତକୋଇଲି,୭।୮(ଅଶୋକ କୁମାର ମହାପାତ୍ର): ବାହାଘରକୁ ମାତ୍ର ୨୫ ଦିନ ହୋଇଥିବା ବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ସ୍ବାମୀ ହତ୍ୟା କରିଛନ୍ତି। କଟକ ଜିଲା ନେମାଳ ଥାନା ଅନ୍ତର୍ଗତ…

ମହିଳା ଥାନାରୁ ଚମ୍ପଟ ମାରିଥିଲେ ବଳାତ୍କାର ଅଭିଯୁକ୍ତ: ବେଙ୍ଗାଲୁରୁରୁ ଗିରଫ

ଭୁବନେଶ୍ୱର,୭।୮: କମିଶନରେଟ ପୋଲିସ ଶୁକ୍ରବାର ଭୁବନେଶ୍ୱର ମହିଳା ଥାନାରୁ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଜଳଖିଆ ଖାଇବା ବାହାନାରେ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri