ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା ଏବଂ ପର୍ଯ୍ୟଟକଙ୍କ ଯାତାୟାତକୁ ସୁଗମ କରିବା ଉଦ୍ଦେଶ୍ୟରେ ଦିବସଟି ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ ଓ ଜିଲା କ୍ରୀଡ଼ା ଅଧିକାରୀ ନରେଶ ଜାନି ପତାକା ଦେଖାଇ ମିନି ମାରାଥନର ଶୁଭାରମ୍ଭ କରିଥିଲେ। ଏଥିରେ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହାପୂର୍ବରୁ ଅଂଶଗ୍ରହଣକାରୀଙ୍କୁ ଟି-ଶର୍ଟ ପ୍ରଦାନ କରାଯାଇଥିଲା। ପର୍ଯ୍ୟଟନ ବିଭାଗର କନିଷ୍ଠ ସହାୟକ ମନୋରଞ୍ଜନ ନାୟକଙ୍କ ସମେତ ବିଭାଗୀୟ କର୍ମଚାରୀ ଓ ଜିଲା ପ୍ରଶାସନର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?