ବିଭିନ୍ନ ଦାବି ନେଇ ରାଲିରେ ସାମିଲ ହେଲେ ଶତାଧିକ ଶିକ୍ଷକ

କେନ୍ଦୁଝର,୯ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଓଷ୍ଟା ପକ୍ଷରୁ ଏକ ରାଲି କରଯାଇଛି। ଥାନା ଛକ ନିକଟସ୍ଥ ଶିକ୍ଷକ ଭବନରୁ ଏହି ରାଲି ବାହାରି ଜେଲ୍‌ ରୋଡ୍‌ସ୍ଥିତ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲା। ଜିଲା ସମ୍ପାଦକ ପ୍ରଶାନ୍ତ କୁମାର ମିଶ୍ରଙ୍କ ନେତୃତ୍ୱରେ ଜିଲାର ୧୩ଟି ବ୍ଲକରୁ ଶତାଧିକ ଶିକ୍ଷକ ଏହି ରାଲିରେ ଯୋଗ ଦେଇଥିଲେ। ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଅନୁଦାନ ପାଇ ନ ଥିବା ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ଚାକିରି ସର୍ତ୍ତାବଳୀ ସହିତ ପେନ୍‌ସନ୍‌ ପ୍ରଦାନ,୨୨୬ ଓ ୩୯୯ ବର୍ଗର ବିଦ୍ୟାଳୟଗୁଡିକୁ ସପ୍ତମ ବେତନ ପ୍ରଦାନ ଆଦି ୧୪ଟି ମୁଖ୍ୟ ଦାବି ସମ୍ବଳିତ ଦାବିପତ୍ର ଜିଲା ଶିକ୍ଷାଧିକାରୀଙ୍କ ମାଧ୍ୟମରେ ରାଜ୍ୟର ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଅର୍ଥମନ୍ତ୍ରୀ ତଥା ଶିକ୍ଷା ବିଭାଗର ପ୍ରମୁଖ ସଚିବଙ୍କ ନିକଟକୁ ପଠାଯାଇଛି। ଏହି ରାଲିରେ ଜିଲା ସଭାପତି ରଘୁନାଥ ବେହେରା, କାର୍ଯ୍ୟକାରୀ ସଭାପତି ପ୍ରଦୀପ ହଜାରି ଓ ଯୁଧିଷ୍ଠିର ମହାନ୍ତ, ଉପସଭାପତି ରଞ୍ଜନ ଘଡ଼େଇ ମନ୍ମଥନାଥ ମହାନ୍ତ, ପୁଷ୍ପାଞ୍ଜଳି ମିଶ୍ର, ଅନିତା ଦାସ, ଯୁଗ୍ମ ସମ୍ପାଦକ ଜ୍ଞାନରଞ୍ଜନ ଦେଓ, ରାଜ୍ୟ ସହ ସମ୍ପାଦକ ମୃତ୍ୟୁଞ୍ଜୟ ପଲେଇ, ରାଜ୍ୟ ଉପଦେଷ୍ଟା ଭିକାରୀ ଚରଣ ସାହୁ, ରାଜ୍ୟ ପୂର୍ବତନ ସମ୍ପାଦକ କାହ୍ନୁ ଚରଣ ସାମଲ, ଜିଲା ଉପଦେଷ୍ଟା ଶାନ୍ତନୁ କୁମାର ମିଶ୍ର ଓ କ୍ଷୀରୋଦ କୁମାର ରାଉତ ତଥା ୧୩ ବ୍ଲକର ସମ୍ପାଦକ,ସଭାପତି ତଥା ଜିଲା କାର୍ଯ୍ୟକାରିଣୀର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri