ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩ ନଂ ଜାତୀୟ ରାଜପଥର ବଡ଼ଝରା ଗାଁ ନିକଟରେ ଏକ ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ ମାଟି ଚାଲାଣ ହୋଇଥିବା ଜଣାପଡିଛି। ରେଙ୍ଗାଳି ବାମ ପାର୍ଶ୍ୱ କେନାଲରୁ ବେଆଇନ ଭାବେ ହାଇୱା ଗାଡ଼ିରେ  ଶହଶହ ଟ୍ରିପ ମାଟିକୁ ଦିବାଲୋକରେ ଚୋରି କରି ନେଇଛନ୍ତି ।
ଢେଙ୍କାନାଳ ମାଇନିଙ୍ଗ ଅଫିସ ଚିଠି ସଂଖ୍ୟା -୨୫୩୩ ଅନୁଯାୟୀ ବଡଝରା ଗାଁର ଜୈନିକ ବ୍ୟକ୍ତିଙ୍କ ଖାତା ନଂ -୨୭୯ ଅନୁଯାୟୀ ଦୁଇଟି ପ୍ଲଟ ଯଥାକ୍ରମେ ୫୬୯୧ ଏବଂ ୫୬୯୨ରୁ ୩ଶହ କ୍ୟୁବିକ ମିଟର ମାଟି ଉଠେଇବାର ଏକ ଅନୁମତି ପତ୍ର ରହିଛି। ଯେଉଁ ଚିଠିକୁ ଧରି ସମ୍ପୃକ୍ତ ବ୍ୟକ୍ତି ରେଙ୍ଗାଳି ବାମ ପାର୍ଶ କେନାଲ ହୁଡ଼ାରୁ ଶହଶହ ଟ୍ରିପ ମାଟି ନିଦ୍ୱନ୍ଦ୍ୱରେ ଚୋରା ଚାଲାଣ କରୁଥିବା ଦେଖିବାକୁ ମିଳିଛି। ଏପରିକି ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ ନିୟୋଜିତ ଠିକାସଂସ୍ଥାର ମ୍ୟାନେଜର ଆମ କ୍ୟାମେରାକୁ ଦେଖି ମେଶିନ ଏବଂ ହାଇୱା ଟ୍ରକ ଗୁଡିକୁ ନେଇ ଫେରାର ମାରିଥିଲେ। ଏବଂ ପୁନଶ୍ଚ ରାତିରେ ଚୋରା ଚାଲାଣ କରୁଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀଙ୍କ ସହ କାମାକ୍ଷାନଗର ଉପଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲୁ। ତୁରନ୍ତ ଏହାର ଏକ ତଦନ୍ତ କରାଯାଇ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଉପଜିଲାପାଳ ପ୍ରକାଶ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri