ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ ସ୍ବାସ୍ଥ୍ୟ ପରୀକ୍ଷା କରାଇଲେ ଶତାଧିକ ମହିଳା

ଭଞ୍ଜନଗର,୨୮ା୯(ବାବୁଲା ପ୍ରଧାନ): ଘରର ମହିଳା ଯଦି ସୁସ୍ଥ ରହିବେ ତେବେ ସେ ପରିବାର ସେତେ ସଶକ୍ତ ହେବ। ତେଣୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ବର୍ତ୍ତମାନ ସମଗ୍ର ଦେଶରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଚାଲିଛି। ସ୍ବାସ୍ଥ୍ୟ ବିଭାଗ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ସହ ସମନୟ ରକ୍ଷାକରି ସ୍ବାସ୍ଥ୍ୟ ମେଳା ଆୟୋଜନ କରୁଛନ୍ତି। ଏହି ସମୟରେ ମହିଳାମାନଙ୍କ ସାସ୍ଥ୍ୟ ପରୀକ୍ଷା କରାଯାଇ ଆବଶ୍ୟକ ଔଷଧ ମାଗଣାରେ ବଣ୍ଟନ କରାଯାଉଛି। ଆବଶ୍ୟକ ପଡ଼ିଲେ ଅଧିକ ଚିକିତ୍ସା ପାଇଁ ପରାମର୍ଶ ଦିଆଯାଉଛି। ଏଥିସହ ଯକ୍ଷ୍ମା ସମେତ ବିଭିନ୍ନ ରୋଗ ସମ୍ପର୍କରେ ସଚେତନ କରାଯାଉଛି। ଯକ୍ଷ୍ମା ରୋଗୀଙ୍କୁ ମାଗଣାରେ ଔଷଧ ବଣ୍ଟନ ମଧ୍ୟ କରାଯାଉଛି। ଏହିଭଳି ଗଞ୍ଜାମ ଜିଲା ଗାଲେରି ମେଡିକାଲ ଏବଂ ତାରସିଂ ଥାନା ପକ୍ଷରୁ ମିଳିତ ଭାବେ ରବିବାର ଗାଲେରି ଫାଣ୍ଡି ପରିସରରେ ମେଗା ସାସ୍ଥ୍ୟ ମେଳା ଅନୁଷ୍ଠିତ ହୋଇଥିଲା। ମେଳାରେ ସଂପୃକ୍ତ ଅଞ୍ଚଳର ଶତାଧିକ ମହିଳାଙ୍କ ସାସ୍ଥ୍ୟ ପରୀକ୍ଷା କରାଯିବା ସହ ସେମାନଙ୍କୁ ମାଗଣାରେ ଔଷଧ ବଣ୍ଟନ କରାଯାଇଥିଲା। ଭଞ୍ଜନଗର ଏଏସ୍‌ପି ରଞ୍ଜନ କୁମାର ଦେ, ଭଞ୍ଜନଗର ଏସ୍‌ଡିପିଓ ଡ ଦୀପକ କୁମାର ମିଶ୍ର ଅତିଥି ଭାବେ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ଏଥିସହ ଲୋକଙ୍କୁ ଔଷଧ ବଣ୍ଟନ କରିଥିଲେ। ଡ. ଅନିଲ କୁମାର ସ୍ବାଇଁ, ଡ ନାରାୟଣ କାଣ୍ଡି ରୋଗୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତାରସିଂ ଥାନା ଅଧିକାରୀ ଶୁଭଲକ୍ଷ୍ମୀ ପୂଜାରୀ, ଏସ୍‌ଆଇ ସମୀର ବେହେରା, ଏଏସ୍‌ଆଇ ବି ମଧୁ ବାବୁ, ଭଞ୍ଜନଗର ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ, ତାରସିଂ ମେଡିକାଲ କର୍ମଚାରୀ ନୀଳମାଧବ ଶତପଥୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri