ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା ଗ୍ରାମର ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ତାଙ୍କ ସମର୍ଥକଙ୍କ ସହ ଶଙ୍ଖ ଭବନରେ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ। ଏହି ଅବସରରେ ଜୟଶ୍ରୀ ଛକ ସ୍ଥିତି ବିଜେଡି କାର୍ଯ୍ୟାଳୟରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଏନ୍‌ଏସି ବିଜେଡି ପକ୍ଷରୁ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ମିଶ୍ରଣ ପର୍ବ ଆରମ୍ଭ ହୋଇଥିଲା। ଜେନାଙ୍କ ନେତୃତ୍ୱରେ ପୁଇଁତଳା ଗ୍ରାମର ବିଶ୍ୱନାଥ ପଲାଇ, ବିକ୍ରମ ମହାରଣା, ସୁଶାନ୍ତ କୁମାର ତରାଇଙ୍କ ସମେତ ଦାମୋଦରପୁର ଗ୍ରାମର ଶତାଧିକ କର୍ମୀ ଭାଜପା ଛାଡ଼ି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ। ଭାଜପା ଛାଡ଼ି ନୂତନ ଭାବେ ବିଜେଡିରେ ମିଶିଥିବା ନେତା ଓ କର୍ମୀଙ୍କୁ ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଏନ୍‌ଏସି ଉପାଧ୍ୟାକ୍ଷ ସୁରେନ୍ଦ୍ର ବାରିକ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ନଗର ବିଜେଡି ସଭାପତି ରଙ୍କ ପଲାଇ, ପୂର୍ବତନ ଏନ୍‌ଏସି ଉପନଗରପାଳ ନୀଳାଞ୍ଚଳ ବାରିକ, ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା ପ୍ରମୁଖ ଦଳୀୟ ଉତ୍ତରୀୟ ପ୍ରଦାନ କରି ସ୍ବାଗତ କରିଥିଲେ। ସୁଦାମ ଦଳରେ ମିଶିବା ପରେ ଗଞ୍ଜାମ ଏନ୍‌ଏସିର ଶକ୍ତି ବୃଦ୍ଧି ପରିବା ସହ ବହୂ ବ୍ୟବଧାନରେ ବିଜେଡି ବିଜୟ ଲାଭ କରିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ବ୍ୟକ୍ତ କରିଛନ୍ତି। ଅନ୍ୟ ପଟେ ଭାଜପାକୁ ଶକ୍ତ ଧକ୍କା ଲାଗିଥିବା ଚର୍ଚ୍ଚା ହେଉଛି। ବିଜେଡିର ମିଶ୍ରଣ ପର୍ବ ବେଳେ କାଉନସିଲର ବୁଡୁ ସାହୁ, ରମେଶ ଦାସ, ଶିବରାମ ଜେନା, ଋତୁରାଜ ମହାପାତ୍ରଙ୍କ ସମେତ ଅନ୍ୟାନ୍ୟ ବିଜେଡି ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?