ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି ଓ ବିଶ୍ୱସ୍ତରୀୟ ଦକ୍ଷିଣପନ୍ଥୀ ଆନ୍ଦୋଳନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପୂର୍ବରୁ ଓର୍ବାନଙ୍କ ଅନୁଗତ ଥିବା ପିଟର ମାଗ୍ୟାରଙ୍କ ସପକ୍ଷରେ ଜନମତ ଯାଉଥିବାବେଳେ ୟୁରୋପୀୟ ନେତାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଓର୍ବାନ ସରକାରଙ୍କ ଦୁର୍ନୀତି ବିରୋଧରେ ପିଟର ପ୍ରଚାର ଚଳାଇବା ସହ ୟୁରୋପୀୟ ସଂଘ (ଇୟୁ) ଏବଂ ନାଟୋ ସହିତ ହଙ୍ଗେରୀର ସମ୍ପର୍କ ପୁନଃ ପ୍ରତିଷ୍ଠା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ବିନା ମେଣ୍ଟରେ ସରକାର ଗଢ଼ିବା ପାଇଁ ପିଟରଙ୍କ ଟିସ୍‌ଜା ପାର୍ଟି ଏକ-ତୃତୀୟାଂଶ ସଂଖ୍ୟାଗରିଷ୍ଠତା ହାସଲ କରିବ କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ।

ସୋମବାର ସନ୍ଧ୍ୟା ସୁଦ୍ଧା ୭୭ ପ୍ରତିଶତ ଭୋଟଗଣତି ସରିଥିବା ବେଳେ ପିଟରଙ୍କ ଦଳକୁ ୫୩% ଏବଂ ଓର୍ବାନଙ୍କ ଦଳ ପିଡେଜ୍‌ ପାର୍ଟିକୁ ୩୮% ଭୋଟ ମିଳିଛି। ଓର୍ବାନ ପରାଜୟ ସ୍ବୀକର କରିବା ସହ ଏହାକୁ ଏକ ଯନ୍ତ୍ରଣାଦାୟକ ନିର୍ବାଚନ ଫଳାଫଳ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri