Posted inଫୁରସତ

ପ୍ରାଣୀର ନିଷ୍ପତ୍ତି ଗ୍ରହଣକୁ ପ୍ରଭାବିତ କରେ କ୍ଷୁଧା

ନୂଆଦିଲ୍ଲୀ,୨୦ା୧୧(ପି.ଟି.): କ୍ଷୁଧା ପ୍ରାଣୀର ନିଷ୍ପତ୍ତି ଗ୍ରହଣ କରିବା ସାମର୍ଥ୍ୟକୁ ପ୍ରଭାବିତ କରିବା ସହ ସେମାନଙ୍କ ଆଚରଣରେ ପରିବର୍ତ୍ତନ ଆଣିଥାଏ। ମୂଷାମାନଙ୍କ ଉପରେ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆନ୍ତଃଉତ୍ପାଦିତ କ୍ଷୁଧା ହର୍ମୋନ ପ୍ରାଣୀମାନଙ୍କ ନିଷ୍ପତ୍ତି ନେବା ପ୍ରକ୍ରିୟାକୁ ପ୍ରଭାବିତ କରିବା ସହ ଆଚରଣ ବଦଳାଇଥାଏ। କ୍ଷୁଧା ହରମୋନ କିପରି ରକ୍ତ-ମସ୍ତିଷ୍କ ପ୍ରତିବନ୍ଧକକୁ ଅତିକ୍ରମ କରି ବ୍ରେନ୍‌ର କ୍ରିୟାଶୀଳତାକୁ ସିଧାସଳଖ ପ୍ରଭାବିତ କରିପାରେ ଓ ବ୍ରେନ୍‌ର ସର୍କିଟ୍‌କୁ ନିୟନ୍ତ୍ରିତ କରେ, ତାହା ଗବେଷକମାନେ ଜାଣିବାକୁ ପାଇଛନ୍ତି। ମାନବ କ୍ଷେତ୍ରରେ ମଧ୍ୟ ଅନୁରୂପ ପରିବର୍ତ୍ତନ ଘଟିଥାଏ ବୋଲି ଗବେଷକ କହିଛନ୍ତି। ଏହି ଅଧ୍ୟୟନ ନିଉରନ୍‌ ପତ୍ରିକାରେ ପ୍ରକାଶ ପାଇଛି। ଗବେଷକମନେ ଖାଦ୍ୟ ସହ ମୂଷାମାନଙ୍କୁ ଏକ ଖୁଆଡ଼ ମଧ୍ୟରେ କିଛିଦିନ ପାଇଁ ରଖିଥିଲେ। ସେମାନଙ୍କ ପେଟ ଭର୍ତ୍ତି ଥିବାବେଳେ ଏବଂ କ୍ଷୁଧାରେ ଥିବାବେଳେ କିଭଳି ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି, ତାହା ଗବେଷକ ଅନୁଧ୍ୟାନ କରିଥିଲେ। ଅନ୍ୟ ମୂଷାମାନେ ଖାଦ୍ୟକୁ ଅନୁଧ୍ୟାନ କରିବାରେ ସମୟ ବିତାଉଥିବାବେଳେ କେବଳ କ୍ଷୁଧାରେ ଥିବା ମୂଷା ଖାଇବା ଆରମ୍ଭ କରୁଥିଲେ ବୋଲି ୟୁନିଭର୍ସିଟି କଲେଜ ଲଣ୍ଡନର ଗବେଷକ କହିଛନ୍ତି। ମୂଷାଙ୍କ ଭେଣ୍ଟ୍ରାଲ ହାଇପୋକ୍ୟାମ୍ପସ୍‌ ଯାହା ମସ୍ତିଷ୍କରେ ନିଷ୍ପତ୍ତି ନେବାରେ କାର୍ଯ୍ୟ କରିଥାଏ, ତାହାର କ୍ରିୟାଶୀଳତାକୁ ଅନୁଧ୍ୟାନ କରିବା ପାଇଁ ଗବେଷକମାନେ ବ୍ରେନ୍‌ ଇମେଜିଂର ଉପଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri