ଖଳା ନିର୍ମାଣ ପ୍ରାପ୍ୟ ଦାବିରେ ଆମରଣ ଅନଶନ

କର୍ଲାମୁଣ୍ଡା,୧୮ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୯-୨୦ ଆର୍ଥିକ ବର୍ଷରେ ବିଭିନ୍ନ ପଞ୍ଚାୟତରେ ଧାନଖଳା ନିର୍ମାଣର ୨ ବର୍ଷ ପରେ ମଧ୍ୟ ଟଙ୍କା ମିଳି ନ ଥିବାରୁ ବୁଧବାର କାମରେ ନିୟୋଜିତ ମେଟ୍‌ ଓ ଶ୍ରମିକମାନେ ବ୍ଲକ ସମ୍ମୁଖରେ ଆମରଣ ଅନଶନରେ ବସିଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତର ବିଭିନ୍ନ ସ୍ଥାନରେ ଧାନଖଳା ନିର୍ମାଣ ପାଇଁ ପ୍ରତି ଖଳାକୁ ୭ ଲକ୍ଷ ୩୨ ହଜାର ଟଙ୍କା ଲେଖାଏ ମୋଟ୍‌ ୮୭ ଲକ୍ଷ ୮୪ ହଜାର ଟଙ୍କା ଅନୁଦାନ ଆସିଥିଲା। ଏଥିରେ ବ୍ଲକର ତେରେସିଂହା କଲୋନୀପଡ଼ା, କର୍ଲାମୁଣ୍ଡା ପଞ୍ଚାୟତର କର୍ଲାମୁଣ୍ଡା ବସ୍ତି ପାଣି ପଞ୍ଚାୟତ କାର୍ଯ୍ୟାଳୟ ନିକଟସ୍ଥ, ଗଜବାହଲ ପଞ୍ଚାୟତର ଅବୁଜବାହାଲ ଡୁଙ୍ଗୁରୀ, ରିଞ୍ଜା ପଞ୍ଚାୟତର ରେଙ୍ଗାଲି, ରେଗଡ଼ା ପଞ୍ଚାୟତର ରେଗଡ଼ା, ଯୋରାଡବ୍ରା ପଞ୍ଚାୟତର ଯୋରାଡବ୍ରାଠାରେ ନିର୍ମାଣ ହୋଇଥିଲା। କାର୍ଯ୍ୟ ଶେଷ ହେବାର ୨ ବର୍ଷରୁ ଊର୍ଦ୍ଧ୍ୱ ଦିନ ବିତିଯାଇଥିଲେ ମଧ୍ୟ କାମ କରିଥିବା ଶ୍ରମିକ, ମେଟ୍‌ ଓ ବିଭିନ୍ନ ସାମଗ୍ରୀ ଓ ତଥା ଭଡ଼ା ବାବଦକୁ ଟଙ୍କା ପାଉ ନ ଥିବାରୁ ମେଟ୍‌ମାନେ ଆମରଣ ଅନଶନରେ ବସିଥିବା କପିନ୍ଦ୍ର ରଣା, ବିରଞ୍ଚତ୍ ରଣା, ଶଶିଭୂଷଣ ସାହୁ, ଉତ୍ତମ ରଣା, ଅର୍ଜୁନ ସାହୁ ପ୍ରମୁଖ କହିଛନ୍ତି। ତେବେ ଖବର ଲେଖାହେବା ସୁଦ୍ଧା ଆମରଣ ଅନଶନ ସ୍ଥଳରେ କୌଣସି ବ୍ଲକ ଅଧିକାରୀ ଆସି ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ଅନଶନକାରୀମାନେ କହିଛନ୍ତି। ଅନ୍ୟପକ୍ଷରେ ଗତ ସେପ୍ଟେମ୍ବରରେ ଉକ୍ତ ବ୍ୟକ୍ତିମାନେ ବ୍ଲକ ସମ୍ମୁଖରେ ଧାରଣାରେ ବସିଥିଲେ ଓ ତତ୍‌କାଳୀନ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା ୧ ମାସ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି କହିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏନେଇ ସ୍ଥାନୀୟ ବିଡିଓ ସୁଚରିତା ମୁଗ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ଗ୍ରହଣ କରୁ ନ ଥିବାରୁ ତାଙ୍କ ପ୍ରତିକ୍ରିୟା ନିଆଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri