Posted inଜାତୀୟ

ସରକାରଙ୍କୁ ଆମରଣ ଅନଶନ ଧମକ

ଚଣ୍ଡିଗଡ଼,୨୬।୧୧: ଚରନଜିତ ସିଂ ଚାନ୍ନିଙ୍କ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ଅଭିଯାନ ଜାରି ରଖିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ। ଡ୍ରଗ୍ସ ଓ ୨୦୧୫ ଗୁରୁ ଗ୍ରନ୍ଥ ସାହିବର ଅପମାନ ବିବାଦ ସମ୍ପର୍କୀତ ରିପୋର୍ଟ ସାର୍ବଜନୀନ କରା ନ ଗଲେ ଆମରଣ ଅନଶନ କରିବେ ବୋଲି ଗୁରୁବାର ସିଦ୍ଧୁ ଧମକ ଦେଇଛନ୍ତି।

ରାଜ୍ୟରେ ଡ୍ରଗ୍ସ ଏବେ ସବୁଠୁ ବଡ଼ ବିପଦ ପାଲଟିଥିବା ବେଳେ ସରକାରଙ୍କ ଉଦାସିନତାକୁ ସେ ବିରୋଧ କରି ଆସୁଛନ୍ତି। ଚାନ୍ନିଙ୍କ ପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଏହି କାରଣରୁ ବିରୋଧ କରୁଥିଲେ ପୂର୍ବତନ ମନ୍ତ୍ରୀ।

କ୍ରିକେଟରରୁ ରାଜନେତା ପାଲଟିଥିବା ସିଦ୍ଧୁ କହିଛନ୍ତି, ରାଜ୍ୟରୁ ଡ୍ରଗ୍ସକୁ ତଡ଼ିବା ପାଇଁ ପ୍ରତିଶ୍ରୁତି ଦେଇ ଦଳ ସରକାରକୁ ଆସିଥିଲା। ଯଦି ସରକାର ଡ୍ରଗ୍ସ ରିପୋର୍ଟକୁ ନ ଖୋଲନ୍ତି, ତେବେ ମୁଁ ଆମରଣ ଅନଶନରେ ବସିବି। ପୂର୍ବତନ ମୁଖ୍ୟମନ୍ତ୍ରୀ(କ୍ୟାପଟେନ ଅମରିନ୍ଦର ସିଂ)ଙ୍କୁ ଆମେ କାହିଁକି ତଡ଼ିଲୁ, ତାହା ଦେଖାଇ ଦେବାକୁ ପଡ଼ିବ। ଏବେ ଏହି ରିପୋର୍ଟକୁ ସରକାର ଖୋଲିବା ଦରକାର। ଏହି ରିପୋର୍ଟ ଖୋଲିବାକୁ କୋର୍ଟ ମନା କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri