Posted inଫୁରସତ

ଝିଅକୁ ଭୋକ ଲାଗିବାରୁ ପରିବାରକୁ ସହିବାକୁ ପଡ଼ିଲା ୨ କୋଟି ୫୬ ଲକ୍ଷର କ୍ଷତି

ମହାମାରୀ କରୋନା ଯୋଗୁ ଯେବେଠାରୁ ଳକ୍‌ଡାଉନ୍‌ ଜାରି ହୋଇଛି ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ହୋଇଛି। ରବିବାର ପରି ସବୁଦିନ ଏବେ ଛୁଟିପରି ମନେ ହେଉଛି। ଛାତ୍ରୀଛାତ୍ରଙ୍କ କଥା କହିଲେ ସେମାନଙ୍କ ଟାଇମଟେବୁଲ ପୁରା ବଦଳିଯାଇଛି। ଦିନସାରା ସେମାନେ ଶୋଉଥିବା ବେଳେ ରାତିରେ ଉଜାଗର ରହୁଛନ୍ତି। ଏମିତିରେ ରାତି ଅଧରେ ସେମାନଙ୍କୁ ଭୋକ ହେଉଛି। ଝିଅକୁ ରାତି ଅଧରେ ଭୋକ ଲାଗିବାରୁ ଏହାର କ୍ଷତି ପୂରା ପରିବାରକୁ ସହିବାକୁ ପଡ଼ିଛି। ଏମିତି ଏକ ଘଟଣା ଘଟିଛି ସିଡ୍‌ନୀରେ।
୫୫ ବର୍ଷୀୟା ଲିଣ୍ଡା ବରେଟ ନିଜର ୩ ନାବାଳିକା ଝିଅଙ୍କ ସହ ରୁହନ୍ତି। ୧୫ ବର୍ଷର ଝିଅକୁ ରାତି ଅଧରେ ଭୋକ ଲାଗିବାରୁ ସେ କାହାକୁ ନିଦରୁ ନ ଉଠାଇ ରେଷେଇ ଘରକୁ ଯାଇଥିଲେ। ଚିପ୍ସ ଛାଣିବା ପାଇଁ ନିଆଁରେ ତେଲ କଡାଇ ବସାଇଥିଲେ। ମାତ୍ର ନାବାଳିକାଙ୍କ ଅସାବଧାନତା ଯୋଗୁ ତେଲ କଡ଼େଇରେ ନିଆଁ ଲାଗିଯାଇଥିଲା। ପରେ ପୁରା ଘର ଜଳିଯାଇଥିଲା। ମାତ୍ର ଲିଣ୍ଡା ଏବଂ ତାଙ୍କର ୩ ଝିଅ ସୁରକ୍ଷୀତ ଅଛନ୍ତି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଅୟତ୍ତ କରିଥିଲେ। ଏଥିପାଇଁ ସେମାନଙ୍କୁ ତାଙ୍କୁ ୩ ଘଣ୍ଟା ସମୟ ଲାଗିଥିଲା। ଏହି ଅଗ୍ନିକାଣ୍ଡରେ ଲିଣ୍ଡାଙ୍କର ୨ କୋଟି ୫୬ ଲକ୍ଷ ଟଙ୍କାର କ୍ଷତି ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri