ସୁପରଭାଇଜରଙ୍କୁ ଆକ୍ରମଣ କରି ଶିକାରୀ କୋର୍ଟ ଚାଲାଣ

ଗୋପାଳପୁର,୨୦ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ କୁସୁମି ଅଞ୍ଚଳରେ କାର୍ଯ୍ୟରତ ବିଦ୍ୟୁତ ବିଭାଗ ସୁପରଭାଇଜରଙ୍କୁ କାତିରେ ଆକ୍ରମଣ ମାମଲାରେ ସମ୍ପୃକ୍ତ ଯୁବକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ଜଣେ ଅଭ୍ୟାସ ଗତ ଶିକାରୀ ସିଙ୍ଗିବାଡିର ବୁଡୁ ଦାସ ବୋଲି ପୋଲିସ ପ୍ରେସ୍‌ ରିଲଜରେ ସୂଚନା ଦେଇଛି। ଅଭିଯୋଗ ଅନୁଯାୟୀ, ଏହି ଥାନା ଅଧିନସ୍ଥ ୧୮ ତାରିଖ ରାତିରେ ମହୁଡ଼ା ଫିଡରରେ ବାରମ୍ବାର ଟ୍ରିପ୍‌ ହେବାରୁ ବିଦ୍ୟୁତ୍‌ ବିଭାଗ ସୁପରଭାଇଜର ପ୍ରଦ୍ୟୁମ୍ନ କୁମାର ଜେନା ଓ ଅନ୍ୟ ୩ ଜଣ କର୍ମଚାରୀ ପାଟ୍ରୋଲିଂ କରୁଥିବା ସମୟରେ ଝାଡ଼ବାଙ୍କଠାରେ ବାର୍‌ହା ଶିକାର ପାଇଁ ୧୧ କେଭି ବିଦ୍ୟୁତ୍‌ ଲାଇନରୁ ତାର ଟାଣି ବିଛାଇ ଥିବା ଦେଖିବାକୁ ପାଇଥିଲେ। ଏହି ତାର କିଏ ବିଛାଇଛି ଜାଣିବା ପାଇଁ ଜେନାଙ୍କ ସମେତ ଅନ୍ୟ କର୍ମଚାରୀମାନେ ସେଠାରେ ଛପି ରହିଥିଲେ। ରାତି ପ୍ରାୟ ସାଢ଼େ ୨ଟା ବେଳେ ବୁଡୁ ସେଠାରେ ପହଞ୍ଚିଥିଲେ। ଏନେଇ ଜେନା ବୁଡ଼ୁଙ୍କୁ ପଚାରିବା ସମୟରେ ବୁଡୁ ଉତ୍ତ୍ୟକ୍ତ ସୋଇ ଗାଳିଗୁଲଜ କରିବା ସହ ପାଖରେ ରଖିଥିବା ଏକ ଧାରୁଆ କଟୁରିରେ ବିଦ୍ୟୁତ୍‌ କର୍ମଚାରୀମାନଙ୍କୁ ଆକ୍ରମଣ କରିବା ଆରମ୍ଭ କରି ଦେଇଥିଲା। ଏଥିରେ ଜେନାଙ୍କ ବାମହାତକୁ ଚୋଟ ବାଜିବା ସହ ସେ ଆହତ ହୋଇଥିଲେ। ଘଟଣା ପରେ ବୁଡୁ ସେଠାରୁ ଚମ୍ପଟ ମାରିବାରେ ସକ୍ଷମ ହୋଇଥିଲେ। ଘଟଣା ପରେ ସେଠାରେ ଉପସ୍ଥିତ ଥିବା ଅନ୍ୟ କର୍ମଚାରୀମାନେ ଆହତ ଜେନାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରିଥିଲେ। ଘଟଣା ନେଇ ଜେନାଙ୍କ ପକ୍ଷରୁ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଅଭିଯୋଗକୁ ଆଧାର କରି ପୋଲିସ ବୁଧବାର ବୁଡୁଙ୍କୁ ସିଙ୍ଗିବାଡ଼ିରୁ ଗ୍ରାମରୁ କାବୁ କରିବା ସହ ଆକ୍ରମଣରେ ବ୍ୟବହୃତ କଟୁରିକୁ ଜବତ କରାଯାଇଥିଛି। ଅପରାହ୍ନରେ ବୁଡ଼ୁଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ନେଇ ବିବେକାନନ୍ଦ ସ୍ବାଇଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri