ଶିକାରୀ ଫାଶରେ କଲରାପତରିଆ

ଅନୁଗୋଳ ଅଫିସ/ ବନ୍ତଳା,୨୧ା୬: ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଜୋର୍‌ଦାର ଚାଲିଛି ବନ୍ୟପ୍ରାଣୀ ଶିକାର। ୨୦୧୮ ନଭେମ୍ବର ୧୪ରେ ଶିକାରୀଙ୍କ ଫାଶରେ ପଡ଼ି ମହାବଳ ବାଘ ‘ମହାବୀର’ର ମୃତ୍ୟୁ ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ସୋମବାର ଏକ କଲରାପତରିଆ ବାଘ ଶିକାରୀଙ୍କ ଫାଶରେ ପଡ଼ିବା ବନ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଖବରପାଇବା ପରେ ବନ ବିଭାଗ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ଜନ୍ତାରେ ନେଇ କୋର୍‌ ଜଙ୍ଗଲ ମଧ୍ୟରେ ଛାଡ଼ିଦେଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ବନାଞ୍ଚଳ ଗୋପାଳପୁର ଗ୍ରାମ ନିକଟରେ ଭୋର ସମୟରେ ଏକ କଲରାପତରିଆ ବାଘ ଶିକାରୀ ବସାଇଥିବା ଫାସରେ ପଡିଯାଇଥିବା ସ୍ଥାନୀୟ ଯୁବକମାନେ ଦେଖିବାକୁ ପାଇଥିଲେ। ସେମାନଙ୍କଠାରୁ ଖବରପାଇ ସାତକୋଶିଆ ଡିଏଫ୍‌ଓ ଡ. ସରୋଜ ପଣ୍ଡା, ଏସିଏଫ୍‌ଓ ଶୁଭେନ୍ଦୁ ବେହେରା ପ୍ରମୁଖ ପୂର୍ବାହ୍ନ ୯ଟାରେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗାଁ ନିକଟରେ ଥିବା ନାଳର ଏକ ବୁଦା ପାଖରେ ବାଘଟି ଫାଶରେ ଛନ୍ଦି ହୋଇରହିଥିବାରୁ ଉଦ୍ଧାର ପାଇଁ ପ୍ରଥମେ ଜାଲ ବିଛାଇବାକୁ ପ୍ରୟାସ କରାଯାଇଥିଲା। ତେବେ ନିକଟରେ ଜନବସତି ଥିବାରୁ ଜାଲ ବିଛାଇ ଧରିବା କାର୍ଯ୍ୟକୁ ସ୍ଥଗିତ ରଖାଯାଇଥିଲା। ପରେ ସାତକୋଶିଆ ପ୍ରାଣୀଧନ ଚିକିତ୍ସକ କିଶୋର ସାହୁଙ୍କୁ ଡକାଯାଇ ଟ୍ରାଙ୍କୁଲାଇଜ୍‌ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏରେ ଡା. ସାହୁ ବାଘକୁ ଟ୍ରାଙ୍କୁଲାଇଜ କରିଥିଲେ। ଏହାପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ବାଘକୁ ଯନ୍ତାରେ ଭର୍ତ୍ତି କରି ଅପରାହ୍ନ ୩ଟାରେ ଅଭୟାରଣ୍ୟର କୋର୍‌ ଏରିଆରେ ଛାଡ଼ି ଦିଆଯାଇଥିଲା। ଫାଶରେ ପଡ଼ିଥିବା ଯୋଗୁ ବାଘର ପଛ ଗୋଡ଼ରେ ସାମାନ୍ୟ ଆଘାତ ଲାଗିଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଡାକ୍ତର ସାହୁ କହିଛନ୍ତି, ବାଘର ବେକ କିମ୍ବା ଅନ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଫାଶରେ ଲାଗିଥିଲେ ଜୀବନ ବଞ୍ଚାଇବା କଷ୍ଟକର ହୋଇଥାନ୍ତା। ତେବେ ଏହି ୩ ବର୍ଷର ଅଣ୍ଡିରା ବାଘର ସେଭଳି କିଛି ସ୍ବାସ୍ଥ୍ୟ ସମସ୍ୟା ଉପୁଜି ନାହିଁ। ଡିଏଫ୍‌ଓ ପଣ୍ଡା କହିଛନ୍ତି, ଘଟଣା ସମ୍ପର୍କରେ ତଦନ୍ତ ଜାରି ରହିଛି। ସମ୍ପୃକ୍ତ ଶିକାରୀଙ୍କୁ ଧରିବାକୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri