ଶିକାରୀ ଗୁଳିରେ ଟଳିପଡ଼ିଲେ ଶିକାରୀ

ବୌଦ୍ଧ,୩୦।୬(ସ୍ବ.ପ୍ର.): ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ କାନପୁର ଗ୍ରାମର ସଞ୍ଜୀବ ଭୋଇଙ୍କର ଅନ୍ୟ ଜଣେ ଶିକାରୀଙ୍କ ଗୁଳିରେ ମୃତ୍ୟୁ ଘଟିଛି। ଦୁଇଦିନ ପରେ ବୁଧବାର ରାତିରେ ଘଟଣା ଜଣାପଡ଼ିଛି। ପରେ ପୋଲିସ ମୃତଦେହ ଜବତ କରିଛି। ସେହି ଗ୍ରାମର ଶମ୍ଭୁନାଥ ଭୋଇ (୨୬)ଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।
ସଞ୍ଜୀବ ଓ ଶମ୍ଭୁନାଥ ସୋମବାର ଗାଁ ନିକଟସ୍ଥ ଜିରାଡ଼ ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ। ମାତ୍ର ଶିକାର ସମୟରେ କୌଣସି କାରଣରୁ ସଞ୍ଜୀବଙ୍କ ଦେହରେ ଗୁଳି ବାଜିଥିଲା। ଗୁଳି ବାଜିବା ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଭୟରେ ଶମ୍ଭୁନାଥ ମୃତଦେହକୁ କିଛିଦୂରରେ ପିଙ୍ଗିଦେଇ ଘରକୁ ପଳାଇ ଆସିଥିଲେ। ସଞ୍ଜୀବ ଘରକୁ ନ ଫେରିବାରୁ ପରିବାର ଲୋକେ ଦୁଇଦିନ ଦରି ଖୋଜାଖୋଜି କରିବା ପରେ ନ ପାଇ ଶେଷରେ ବୁଧବାର ପୁରୁଣାକଟକ ଥାନାର ଦ୍ୱାରସ୍ଥ ହୋଇଥିଲେ। ପରେ ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ତଦନ୍ତ ଆରମ୍ଭ କରିଥିଲା। ଶିକାର କରିବାକୁ ଯାଇଥିବା ଅନ୍ୟ ଶିକାରୀ ଶମ୍ଭୁନାଥଙ୍କୁ ପଚରାଉଚରା କରାଯାଇଥିଲା। ଜଙ୍ଗଲରେ ଶିକାର ସମୟରେ ଗୁଳି ବାଜି ମୃତ୍ୟୁ ହୋଇଥିବା ଶମ୍ଭୁନାଥ ସ୍ବୀକାର କରିବା ସହ ମୃତଦେହ ପଡ଼ିଥିବା ସ୍ଥାନ ନେଇ ଦେଖାଇଥିଲେ। ପୋଲିସ ବୁଧବାର ରାତିରେ ଜଙ୍ଗଲକୁ ଯାଇ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି ବୌଦ୍ଧ ମେଡିକାଲ ପଠାଇଥିଲା। ଏନେଇ ପୁରୁଣାକଟକ ଥାନାରେ ପୋଲିସ ଏକ ମାମଲା (ନଂ.୮୮/୨୨) ରୁଜୁକରି ଶମ୍ଭୁନାଥଙ୍କୁ ଅଧିକ ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri