ବାର୍‌ହା ଫାଶରେ ପଡ଼ି ମୃତ୍ୟୁ ପରେ ଶିକାରୀମାନେ ଲୁଚାଇ ଦେଇଥିଲେ ମୃତଦେହ

ସଇଁତଲା/ବଲାଙ୍ଗୀର/ଟିଟିଲଗଡ, ୧୯ା୧୦(ରାଖାଲ ପ୍ରସାଦ ଶତପଥି/ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ସଇଁତଳା ଥାନା ପୋଲିସ ନିଖୋଜ ଜବଦୁ ବଗର୍ତ୍ତୀ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କରିଛି। ଜଙ୍ଗଲ ଭିତରରେ ଶିକାରୀ ଲଗାଇଥିବା ବାର୍‌ହା ଫାଶରେ ପଡି ଜବଦୁଙ୍କ ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣାଟି ସଇଁତଳା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ସଇଁତଳା ଥାନା କୁମ୍ଭାରୀ ଗ୍ରାମ ପଞ୍ଚାୟତ ଅଧୀନ ଡୁମେରମୁଣ୍ଡା ଗ୍ରାମର ଜବଦୁ ଜଙ୍ଗଲକୁ ଯାଇ ନିଖୋଜ ହୋଇଯାଇଥିବା ନେଇ ମଙ୍ଗଳବାର ତାଙ୍କ ସ୍ତ୍ରୀ ଡ଼ାଳିମ୍ବ ଥାନାରେ ଅଭିଯୋଗ କରିଥିଲେ। ଏପରିକି ଜବଦୁ ଏବଂ ତାଙ୍କ ଜଣେ ସମ୍ପର୍କୀୟ ଗେଥଲ କଠାର ଜଙ୍ଗଲ ଯାଇଥିବା ଚର୍ଚ୍ଚାର ହୋଇଥିଲା। ଟିଟିଲାଗଡ଼ ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର, ସଇଁତଳା ଥାନା ଅଧିକାରୀ ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ପୋଲିସ ଏବଂ ସଇଁତଳା ରେଞ୍ଜ କର୍ମଚାରୀମାନେ ଜଙ୍ଗଲକୁ ଯାଇ ଖୋଜାଖୋଜି କରିଥିଲେ। ଖୋଜାଖୋଜି ପରେ ମଧ୍ୟ ମଙ୍ଗଳବାର ସୁଦ୍ଧା ଜବଦୁଙ୍କ କୌଣସି ଖୋଜ ଖବର ମିଳି ନ ଥିଲା। ବୁଧବାର ବଲାଙ୍ଗୀର ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ପୋଲିସ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା।

ବୁଧବାର ସନ୍ଧ୍ୟାରେ ସଇଁତଳା ରେଞ୍ଜ କର୍ମଚାରୀ ଓ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଜଙ୍ଗଲ ଭିତରେ ଏକ ବୁଦା ମୂଳରୁ ଜବଦୁଙ୍କ ମୃତଦେହ ଥିବା ଖବର ପାଇଥିଲା। ପରେ ପୋଲିସ ସେଠାକୁ ଯାଇ ମୃତଦେହ ଜବତ କରାଯାଇଥିଲା। ବାର୍‌ହା ଶିକାର ପାଇଁ ବିଦ୍ୟୁତ୍‌ ତାର ଲଗାଇ ବସାଯାଇଥିବା ଫାଶରେ ପଡି ଜବଦୁଙ୍କ ମୃତ୍ୟୁ ହୋଇଥିଲା। ପରେ ଶିକାରୀମାନେ ଧରା ପଡିଯିବା ଭୟରେ ତାଙ୍କ ମୃତଦେହ ଫାଶରୁ ଉଠାଇ ଜଙ୍ଗଲ ଭିତର ବୁଦାମୂଳରେ ଲୁଚାଇ ଫେରାର ହୋଇଯାଇଥିବା ପୋଲିସ ତଦନ୍ତ ପରେ ଜାଣିବାକୁ ପାଇଥିଲା।

ଗୁରୁବାର ଟିଟିଲାଗଡ଼ ହସ୍ପିଟାଲରେ ଜବଦୁଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଥିଲା। ୨୦୨୧ ମେ ୨୨ ତାରିଖରେ ମୃତ ଜବଦୁ କରମତଲା ଫରେଷ୍ଟର ସୁଧୀର ଜେନାଙ୍କ ସହ ରାତ୍ର ପାଟ୍ରୋଲିଂ କରୁଥିବା ପାରା ଫରେଷ୍ଟ ଗାର୍ଡ଼ ଯୁଗେଶ୍ୱର ଓରଫ ଜଟିଆ ବୁଡେକଙ୍କୁ ଗୁଳି କରିଥିଲେ। ଘଟଣାସ୍ଥଳରେ ଜଟିଆଙ୍କ ମୃତ୍ୟୁ ଘଟିଥିଲା । ପୋଲିସ ଜବଦୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଗତ କିଛି ମାସ ତଳେ ସେ ଜାମିନରେ ଜେଲରୁ ବାହାରି ଥିଲେ। ଘଟଣାରେ ଜଣକୁ ଅଟକ ରଖି ପୋଲିସ ତଦନ୍ତ ଜାରି ରଖିଥିବା ତଦନ୍ତକାରୀ ଅଧିକାରୀ ଆଲୋକ ଭୋଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri