ଦନ୍ତାକୁ ମାରି ଦାନ୍ତ କାଢ଼ିନେଲେ

ବାରିପଦା, ୨୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ କୋର୍‌ ଅଞ୍ଚଳରେ ଶିକାରୀମାନେ ବିଷବୋଳା ତୀର ବିଦ୍ଧ କରି ଏକ ଦନ୍ତାହାତୀକୁ ମାରିବା ପରେ ଏସିଡ୍‌ ଢାଳି ତା’ର ଦାନ୍ତ କାଢ଼ି ନେଇଛନ୍ତି। ବନବିଭାଗ ଏହି ଘଟଣା ଲୁଚାଇ ରଖି ମୃତଦେହ ବ୍ୟବଚ୍ଛେଦ କରି ପୋଡ଼ିଦେଇଛି। ଏନେଇ ବନ୍ୟପ୍ରାଣୀ ପ୍ରେମୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ଅଭୟାରଣ୍ୟର ସୁରକ୍ଷା ପାଇଁ ଜଏଣ୍ଟ ଟାସ୍କଫୋର୍ସ କାମ କରୁଥିବା ବେଳେ ହାତୀ ଶିକାରକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅଭୟାରଣ୍ୟକୁ ଶିକାରୀମୁକ୍ତ କରିବା ପାଇଁ ବିଭାଗୀୟ ଯୋଜନା ଫେଲ୍‌ ମାରିଛି। ସୂଚନାଯୋଗ୍ୟ, ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ନ୍ୟାସନାଲ ପାର୍କ କବାଟଘାଇ ସେକ୍ସନ କାଣ୍ଡିହାର ବିଟ୍‌ ଅଞ୍ଚଳର ବକୁଆ ପାହଡ଼ ନିକଟରେ ଏକ ଦନ୍ତାହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବରପାଇ ବନବିଭାଗ ମୃତଦେହ ଜବତ କରିଥିଲା। ୮ଦିନ ପୂର୍ବରୁ ଏହି ହାତୀ ଶିକାର କରାଯାଇଥିବା କୁହାଯାଉଛି। ଦୁର୍ଗାପୂଜା ଓ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଟାସ୍କଫୋର୍ସରେ ନିୟୋଜିତ ଥିବା ପୋଲିସ କର୍ମଚାରୀଙ୍କୁ ଫେରାଇ ନିଆଯିବା କାରଣରୁ ଦୀର୍ଘଦିନ ଧରି ମିଳିତ ପାଟ୍ରୋଲିଂ ବନ୍ଦ ରହିଛି। ଫଳରେ ଶିକାରୀମାନେ ସକ୍ରିୟ ହୋଇ ନିର୍ଭୟରେ ଜନ୍ତୁ ଶିକାର କରୁଛନ୍ତି। ଶିମିଳିପାଳ ସୁରକ୍ଷା ଦିଗରେ ସ୍ବତନ୍ତ୍ର ଆପ୍‌ର ବ୍ୟବହାର କରାଯାଇ କର୍ମଚାରୀଙ୍କ ପାଟ୍ରୋଲିଂ ସମ୍ପର୍କରେ ସୂଚନା ମିଳୁଥିଲା। ମାତ୍ର ଶିକାରୀମାନେ ହାତୀ ଶିକାର କରି ଦାନ୍ତ କାଢ଼ିନେବା ପରେ ମଧ୍ୟ କର୍ମଚାରୀମାନେ ସୁରାକ ପାଇବାରେ ବିଫଳ ହୋଇଛନ୍ତି। ଏ ସଂକ୍ରାନ୍ତରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କୁ ପଚାରିବାରୁ ୧୯ତାରିଖରେ କରଞ୍ଜିଆ ଡିଭିଜନ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳରୁ ଦୁଇଟି ହାତୀଦାନ୍ତ ଜବତ ସହ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ଉକ୍ତ ଦାନ୍ତ ଦୁଇଟି ମୃତ ହାତୀର ବୋଲି ଜଣାପଡ଼ିବା ପରେ ତଦନ୍ତରେ ଯାଇ ହାତୀର ମୃତଦେହ ପାଇଥିଲୁ। ମୃତଦେହ ବ୍ୟବଚ୍ଛେଦ ସହ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ଓୟୁଏଟିକୁ ପଠାଯାଇଛି ବୋଲି ସେ କହିଛନ୍ତି। ତେବେ ମୁକୁଳା ପଡ଼ିଥିବା ଅଭୟାରଣ୍ୟର ସୁରକ୍ଷା ପ୍ରତି ବନବିଭାଗ ସଜାଗ ନ ହେଲେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରାଯିବ ବୋଲି ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri