ଘୂର୍ଣ୍ଣିବଳୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୭(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଅନ୍ୟ ଏକ ଘୂର୍ଣ୍ଣିବଳୟ ପୂର୍ବ ଉତ୍ତରପ୍ରଦେଶ ଉତ୍ତର ଏବଂ ଏହାର ଆଖପାଖ ଅଞ୍ଚଳରେ ଘେରି ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂଭରଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାରେ ଘଡ଼ଘଡି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୬ ତାରିଖ ଯାଏ ରାଜ୍ୟର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ଲାଗିରହୁଛି। ଗତ ୪୮ ଘଣ୍ଟା ମଧ୍ୟରେ କୋରାପୁଟରେ ୫ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୫, ନୟାଗଡ଼ ୫, କଳାହାଣ୍ଡି ୪, ଟିଟିଲାଗଡ଼ ୪, କେନ୍ଦ୍ରାପଡ଼ା ୪, ଦେବଗଡ଼ ୩ ଏବଂ ଗଜପତି ଜିଲାରେ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?