ଆମେରିକାରେ ତାଣ୍ଡବ ରଚିଲା ବାତ୍ୟା ହେଲେନ୍‌

ନର୍ଥ କାରୋଲିନା,୩୦ା୯: ଆମେରିକାରେ ବାତ୍ୟା ହେଲେନ୍‌ ତାଣ୍ଡବ ରଚିଛି। ବାତ୍ୟାଜନିତ ମୃତ୍ୟୁସଂଖ୍ୟା ୧୦୦ ଟପିଥିବା ବେଳେ ବହୁ କ୍ଷୟକ୍ଷତି ହୋଇଛି। ନର୍ଥ କାରୋଲିନାରେ ସର୍ବାଧିକ ୩୭ ଜଣ ପ୍ରାଣ ହରାଇଥିବା ବେଳେ ସାଉଥ୍‌ କାରୋଲିନାରେ ୨୭ଜଣଙ୍କ ଜୀବନ ଯାଇଛି।

ଓ୍ବେଷ୍ଟର୍ନ ନର୍ଥ କାରେଲିନା ଅନ୍ତର୍ଗତ ବୁନ୍‌କୋମ୍ବେ କାଉଣ୍ଟିରେ ୩୦ ଜଣଙ୍କ ମୃତ୍ୟୁ ଘଟିବା ସହ ୫୦୦ରୁ ଊର୍ଦ୍ଧ୍ୱ ନିଖୋଜ ହୋଇଯାଇଛନ୍ତି। ବାତ୍ୟାବିପନ୍ନଙ୍କୁ ସହାୟତା ନିମନ୍ତେ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିକୁ ଦାନ କରିବାକୁ ନର୍ଥ କାରୋଲିନା ଗଭର୍ନର ରୟ କୁପର ଲୋକମାନଙ୍କୁ ପ୍ରୋତ୍ସାହିତ କରିଛନ୍ତି।

ଶନିବାର ଫ୍ଲୋରିଡାରେ ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ହେଲେନ୍‌ ନର୍ଥ ଓ ସାଉଥ୍‌ କାରୋଲିନା, ଜର୍ଜିଆ, ଟେନିସି ଏବଂ ଭିର୍ଜିନିଆ ଦେଇ ଅତିକ୍ରମ କରିଥିଲା। ଏଥିରେ ଅନେକ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ରାସ୍ତା ଓ ବ୍ରିଜ୍‌ କ୍ଷତିଗ୍ରସ୍ତ ହେବାରୁ ଯାତାୟତ ଓ ପରିବହନ ବାଧାପ୍ରାପ୍ତ ହୋଇଛି। ମୋବାଇଲ ଟାଓ୍ବାର ଭାଙ୍ଗିଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବାରୁ ବହୁ ଅଞ୍ଚଳ ଅନ୍ଧକାରରେ ରହିଛି। ବାତ୍ୟାଜନିତ ପ୍ରବଳ ବର୍ଷା ଯୋଗୁ ଫ୍ଲୋରିଡା ଏବଂ ଭିର୍ଜିନିଆରେ ବନ୍ୟା ସୃଷ୍ଟି ହୋଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏହାକୁ ସବୁଠୁ ବଡ଼ ବିପର୍ଯ୍ୟୟ ବୋଲି କହିବା ସହ କ୍ଷତିଗ୍ରସ୍ତଙ୍କ ଉଦ୍ଧାର ଓ ସହାୟତା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟାଜନିତ କ୍ଷୟକ୍ଷତି ପରିମାଣ ୧୫ରୁ ୧୦୦ ବିଲିୟନ ଡଲାର ହେବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri