ହରିକେନ୍‌ ହିଲାରୀ: ଦକ୍ଷିଣ କାଲିଫର୍ନିଆରେ ଜରୁରୀ କାଳୀନ ପରିସ୍ଥିତି ଘୋଷଣା…

କାଲିଫର୍ନିଆ,୨୦।୮ : ଝଡ଼ ହିଲାରୀ ବର୍ତ୍ତମାନ ଦକ୍ଷିଣ କାଲିଫର୍ନିଆରେ ଆତଙ୍କ ସୃଷ୍ଟି କରିଛି। ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ମଧ୍ୟରେ ଗଭର୍ନର ଗଭିନ ନ୍ୟୁଜମ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଝଡ଼ ହିଲାରୀର ପ୍ରଭାବରୁ ଲୋକଙ୍କୁ ସୁରକ୍ଷା କରିବା ପାଇଁ ଉଦ୍ଧାରକାରୀଙ୍କ ମଧ୍ୟରେ ୭,୫୦୦ ରୁ ଅଧିକ ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି।

ଜାତୀୟ ପାଣିପାଗ କେନ୍ଦ୍ର ଅନୁଯାୟୀ, ହିଲାରୀର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ଭାଗରେ ପ୍ରବଳ ବର୍ଷା ଆଣିପାରେ। ଶନିବାର କାଲିଫର୍ନିଆରେ ପ୍ରବେଶ କଲାବେଳେ ଝଡ଼ ହିଲାରୀ ତୃତୀୟ ବର୍ଗ ଝଡ଼ରୁ ଦ୍ୱିତୀୟ ବର୍ଗ ଝଡ଼କୁ ଖସି ଆସିଥିଲା ।

ପାଣିପାଗ କେନ୍ଦ୍ର ଅନୁଯାୟୀ, ଝଡ଼ ଯୋଗୁ ଘଣ୍ଟାକୁ ୧୧୦ ମାଇଲ ବେଗରେ ପବନ ବହିବାରେ ଲାଗିଛି। ଏହି ଝଡ଼ ଘଣ୍ଟାପ୍ରତି ୧୭ ମାଇଲ ବେଗରେ ଗତି କରୁଛି ଏବଂ ବର୍ତ୍ତମାନ ସାନ ଡିଏଗୋର ୬୪୦ ମାଇଲ ଦକ୍ଷିଣ-ପୂର୍ବରେ ଅଛି। ସାନ ଡିଏଗୋରେ ଥିବା ଜାତୀୟ ପାଣିପାଗ କେନ୍ଦ୍ର ଅନୁଯାୟୀ ରବିବାର ଏବଂ ସୋମବାର ଦିନ ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଝଡ଼ର ସବୁଠାରୁ ଖରାପ ପ୍ରଭାବ ଦେଖିବାକୁ ମିଳିବ।

ଜାତୀୟ ମହାସାଗର ଏବଂ ବାୟୁମଣ୍ଡଳ ପ୍ରଶାସନର ରେକର୍ଡ ଅନୁଯାୟୀ ଯଦି ହିଲାରୀ ଟ୍ରପିକାଲ ଝଡ ଭାବରେ କାଲିଫର୍ନିଆରେ ପହଞ୍ଚେ, ତେବେ ପ୍ରାୟ ୮୪ ବର୍ଷ ମଧ୍ୟରେ ରାଜ୍ୟରେ ଏଭଳି ପ୍ରଥମ ଝଡ଼ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri