୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋମଇ ଅବପାତ (ଡିପ୍ରେସନ)ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୯ କିମ୍ବା ୧୦ ତାରିଖ ବେଳକୁ ଏହା ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇ ବାତ୍ୟାରୂପ ନେଇପାରେ। ଯଦି ଲଘୁଚାପ ବାତ୍ୟାରୂପ ନେବ ତେବେ ଏହାର ଗତିପଥ କେଉଁ ଆଡ଼କୁ ହେବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇ ନାହିଁ। ଲଘୁଚାପ ହେବା ପରେ ବାତ୍ୟା ସମ୍ପର୍କରେ ସମ୍ପୂର୍ଣ୍ଣ ଚିତ୍ର ଦିଆଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ବିଭିନ୍ନ ପାଣିପାଗ ମଡେଲ ଏବଂ ୟୁଏସ୍‌ ନୌସେନା ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟାରେ ପରିଣତ ହେବ। ଏହାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। ବେଳେ ବେଳେ ଏହା ୧୩୦ କିଲୋମିଟର ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳ, ଗଞ୍ଜାମ କିମ୍ବା ପଶ୍ଚିମବଙ୍ଗର ସୁନ୍ଦରବନ ଦେଇ ସ୍ଥଳଭାଗକୁ ଅତିକ୍ରମ କରିପାରେ ।
ବାତ୍ୟା ପ୍ରଭାବରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପବନ ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ହେଲେ ବିଲରେ ରବିଧାନ ଅଧା ପାଚିଲା ହୋଇଥିବା ବେଳେ ମୁଗ ଅମଳ ସମୟ ହୋଇଗଲାଣି। ଯଦି ପବନ ସହିତ ବର୍ଷା ହେବ, ତେବେ ମୁଗ ଫସଲ ଧୋଇଯିବା ଆଶଙ୍କା ରହିଛି। ଏହାକୁ ନେଇ ଚାଷୀକୁଳ ଆତଙ୍କିତ ହୋଇ ପଡ଼ିଛନ୍ତି।
ଅନ୍ୟପକ୍ଷରେ ଗତ ଦୁଇଦିନ ହେବ ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ପାରଦ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୫ ତାରିଖ ବେଳକୁ ରାଜ୍ୟରେ ତାତି ଆହୁରି କମିବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ରାଜ୍ୟର ୧୮ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ୬ଟି ସ୍ଥାନରେ ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ମଙ୍ଗଳବାର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସୋନପୁର ୪୩.୫, ଝାରସୁଗୁଡ଼ା ୪୩, ବଲାଙ୍ଗୀର ୪୩, ସୁନ୍ଦରଗଡ଼ ୪୩ ଏବଂ ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୨.୫, ହୀରାକୁଦ ୪୧.୪, ଭବାନୀପାଟଣା ୪୧, ଫୁଲବାଣୀ ୪୨.୪, ଟିଟିଲାଗଡ଼ ୪୧.୮, ମାଲକାନଗିରି ୪୦, ନୟାଗଡ଼ ୪୧, ଯାଜପୁର ୪୧, ବରଗଡ ୪୦.୪, ଦେବଗଡ଼ ୪୨.୫,ନୂଆପଡ଼ାରେ ୪୦, ଭୁବନେଶ୍ୱରରେ ୩୯, ପୁରୀରେ ସର୍ବୋଚ୍ଚ ତାପମାତ୍ରା ୩୩.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଗୁରୁବାର ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ୩୦ରୁ ୪୦ କି.ମି. ବେଗରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri