୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋମଇ ଅବପାତ (ଡିପ୍ରେସନ)ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୯ କିମ୍ବା ୧୦ ତାରିଖ ବେଳକୁ ଏହା ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇ ବାତ୍ୟାରୂପ ନେଇପାରେ। ଯଦି ଲଘୁଚାପ ବାତ୍ୟାରୂପ ନେବ ତେବେ ଏହାର ଗତିପଥ କେଉଁ ଆଡ଼କୁ ହେବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇ ନାହିଁ। ଲଘୁଚାପ ହେବା ପରେ ବାତ୍ୟା ସମ୍ପର୍କରେ ସମ୍ପୂର୍ଣ୍ଣ ଚିତ୍ର ଦିଆଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ବିଭିନ୍ନ ପାଣିପାଗ ମଡେଲ ଏବଂ ୟୁଏସ୍‌ ନୌସେନା ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟାରେ ପରିଣତ ହେବ। ଏହାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ। ବେଳେ ବେଳେ ଏହା ୧୩୦ କିଲୋମିଟର ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳ, ଗଞ୍ଜାମ କିମ୍ବା ପଶ୍ଚିମବଙ୍ଗର ସୁନ୍ଦରବନ ଦେଇ ସ୍ଥଳଭାଗକୁ ଅତିକ୍ରମ କରିପାରେ ।
ବାତ୍ୟା ପ୍ରଭାବରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପବନ ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ହେଲେ ବିଲରେ ରବିଧାନ ଅଧା ପାଚିଲା ହୋଇଥିବା ବେଳେ ମୁଗ ଅମଳ ସମୟ ହୋଇଗଲାଣି। ଯଦି ପବନ ସହିତ ବର୍ଷା ହେବ, ତେବେ ମୁଗ ଫସଲ ଧୋଇଯିବା ଆଶଙ୍କା ରହିଛି। ଏହାକୁ ନେଇ ଚାଷୀକୁଳ ଆତଙ୍କିତ ହୋଇ ପଡ଼ିଛନ୍ତି।
ଅନ୍ୟପକ୍ଷରେ ଗତ ଦୁଇଦିନ ହେବ ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ପାରଦ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୫ ତାରିଖ ବେଳକୁ ରାଜ୍ୟରେ ତାତି ଆହୁରି କମିବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ରାଜ୍ୟର ୧୮ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ୬ଟି ସ୍ଥାନରେ ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ମଙ୍ଗଳବାର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସୋନପୁର ୪୩.୫, ଝାରସୁଗୁଡ଼ା ୪୩, ବଲାଙ୍ଗୀର ୪୩, ସୁନ୍ଦରଗଡ଼ ୪୩ ଏବଂ ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୨.୫, ହୀରାକୁଦ ୪୧.୪, ଭବାନୀପାଟଣା ୪୧, ଫୁଲବାଣୀ ୪୨.୪, ଟିଟିଲାଗଡ଼ ୪୧.୮, ମାଲକାନଗିରି ୪୦, ନୟାଗଡ଼ ୪୧, ଯାଜପୁର ୪୧, ବରଗଡ ୪୦.୪, ଦେବଗଡ଼ ୪୨.୫,ନୂଆପଡ଼ାରେ ୪୦, ଭୁବନେଶ୍ୱରରେ ୩୯, ପୁରୀରେ ସର୍ବୋଚ୍ଚ ତାପମାତ୍ରା ୩୩.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଗୁରୁବାର ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ତାରିଖରେ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ ୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲାରେ ୩୦ରୁ ୪୦ କି.ମି. ବେଗରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri