ସ୍ତ୍ରୀଙ୍କୁ ହତ୍ୟା କରି ଫେରାର ଥିଲେ ସ୍ବାମୀ: ବିସ୍ଫୋରକ, ବାରୁଦ ସାମଗ୍ରୀ ବୋଝେଇ ଗାଡ଼ି ସହ ପଡିଲେ ଧରା

ଯୋଡ଼ା,୧୭।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ରଣାଶାଳ ଘାଟି ନିକଟରୁ ଗୁରୁବାର ଯୋଡ଼ା ପୋଲିସ ବିସ୍ଫୋରକ ଓ ବାରୁଦ ସାମଗ୍ରୀ ବୋଝେଇ ଏକ ଗାଡିକୁ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ପୋଲିସ ଅଟକ ରଖିଛି। ସେ ହେଲେ ଝାଡଖଣ୍ଡର ଚାଇଁବସା ବଡ଼ ନିମିଡିହି ଅଞ୍ଚଳର କୁନାଲ କୁମାର ମିଶ୍ର(୩୦)।
ସୂଚନାନୁଯାୟୀ, ରଣାଶାଳ ଘାଟି ନିକଟରେ ପୋଲିସ ଗାଡି ଯାଞ୍ଚ କରୁଥିଲା। ଏହି ସମୟରେ ଉକ୍ତ ବିସ୍ଫୋରକ ବୋଝେଇ ଗାଡିକୁ ପୋଲିସ ଜବତକରି କୁନାଲଙ୍କୁ ଅଟକ ରଖିଛି। କୁନାଲ ସ୍ତ୍ରୀଙ୍କୁ ହତ୍ୟାକରି ଫେରାର ଥିବା ତଦନ୍ତ ପରେ ପୋଲିସ ଜାଣିବାକୁ ପାଇଛି । ଏ ନେଇ ତାଙ୍କ ନାମରେ ଝାଡଖଣ୍ଡ ରାଜଚାଇଁବସା ମୁଫାସିଲ ଥାନାରେ ଏକ ମାମଲା (ନଂ. ୮୨/୨୦୧୯)ରୁଜୁ ହୋଇ କେସ୍‌ ଜାରି ରହିଛି। ତେବେ କୁନାଲ ଯୋଡା ଭୂୟାଁ ବସ୍ତିରେ ଆଉ ଜଣେ ମହିଳାଙ୍କୁ ବିବାହକରି ତାଙ୍କ ସହ ରହୁଥିଲେ। ତେବେ କୁନାଲଙ୍କ ନାମରେ ବେଆଇନ ବିସ୍ଫୋରକ ଚୋରା ଚାଲାଣ ନେଇ ଯୋଡ଼ା ଥାନାରେ କେଶ୍‌ ନଂ ୧୧୫/୨୦ରେ ଆଉ ଏକ ମାମଲା ରୁଜୁ ହୋଇଥିବା ପୋଲିସ ସୂଚନା ଦେଇଛି । ଜବତ ହୋଇଥିବା ଇନୋଭା କାରଟି ଚୋରା ବୋଲି ପୋଲିସ ଜାଣିବାକୁ ପାଇଛି। ଏହି ଘଟଣାର ଅଧିକ ତଦନ୍ତ ଜାରି ରଖିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri