Posted inଜାତୀୟ

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ ପ୍ରବେଶ କରିବା ମାତ୍ରେ ସିଙ୍କରେ ମଇଳା ବାସନ ଗଦା ଦେଖି ରାଗି ଯାଇଥିଲେ। ସେ ତାଙ୍କ ସ୍ବାମୀଙ୍କ ସହ ଯୁକ୍ତିତର୍କ କରିବାକୁ ଲାଗିଲେ। ପରିସ୍ଥିତି ଏତେ ବିଗିଡ଼ିଗଲା ଯେ, ସେ ପୋଲିସକୁ ଡାକିଲେ। ପୋଲିସ ତୁରନ୍ତ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ। ମହିଳାଙ୍କୁ ଝଗଡ଼ାର କାରଣ ପଚାରିବାରୁ ସେ କହିଥିଲେ, ମୋ ସ୍ବାମୀ ବାସନ ଧୋଇ ନ ଥିଲେ। ମୁଁ ତାଙ୍କୁ ପଚାରିବାରୁ ସେ ମୋ ସହିତ ଝଗଡ଼ା କରିବାକୁ ଲାଗିଲେ। ଏହି ଅଜବ ଘଟଣା ବିଷୟରେ ଶୁଣି ପୋଲିସ ମଧ୍ୟ ଆଶ୍ଚର୍ଯ୍ୟ ହୋଇ ଦମ୍ପତିଙ୍କୁ ବୁଝାଇଥିଲେ। ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ସୋନହା ପୋଲିସ ଷ୍ଟେଶନର କ୍ଷେତ୍ରାଧିକାର ଅନ୍ତର୍ଗତ ଏକ ଗାଁରେ ଏହି ଅସାଧାରଣ ଘଟଣା ଘଟିଛି।
ପୋଲିସ ପହଞ୍ଚିବା ପରେ ଦମ୍ପତିଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହେଉଥିବାର ଦେଖିଥିଲା। ପୋଲିସ ସ୍ବାମୀଙ୍କୁ ପଚରାବାରୁ ସେ ନୀରବ ରହିଥିଲେ। ସ୍ତ୍ରୀ ପୋଲିସକୁ ସବୁ କଥା ବଖାଣିଥିଲେ। ଫଳସ୍ବରୂପ ପୋଲିସ ଦମ୍ପତିଙ୍କ ବୁଝାଇଥିଲେ। ଦମ୍ପତି ଦୁଇ ବର୍ଷ ହେବ ବିବାହ କରିଛନ୍ତି। ସେମାନଙ୍କର କୌଣସି ସନ୍ତାନ ନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri