ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ…

ବାଲିଗୁଡ଼ା,୨୧ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମୂଲ୍ୟବାନ ଜୀବନ। ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା କରିଦେଲେ। ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରିରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡୁରୁକିଆ ପଞ୍ଚାୟତର ମଝିସାହିରେ। ଏହି ଗ୍ରାମର ପ୍ରମୋଦ ମଲିକ ଗତ ୨ ବର୍ଷ ହେବ ପୁଆରୀ ମଲିକଙ୍କୁ ବିବାହ କରିଥିଲେ। ବିବାହ ସମୟରେ ନିଜ ବାପଘରୁ ପୁଆରୀ ଏକ ମୋବାଇଲ ଆଣିଥିଲେ। ତେବେ ଅଭାବରେ ପଡ଼ି ପ୍ରମୋଦ ମୋବାଇଲକୁ ବନ୍ଧା ରଖିବା ପରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଯାହାକୁ କେନ୍ଦ୍ର କରି ସ୍ତ୍ରୀ ପୁଆରୀ ପ୍ରଥମେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରେ ସ୍ବାମୀ ପ୍ରମୋଦ ମଧ୍ୟ ନିଜକୁ ସହ୍ୟ କରି ନ ପାରି ଅନ୍ୟ ଏକ କୋଠରିରେ ଝୁଲିପଡ଼ିଲେ। ଖବର ପାଇ ବାଲିଗୁଡ଼ା ପୋଲିସ ଓ ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ବନ୍ଦ ଘରୁ
ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଜବତ କରିଛି । ଏ ନେଇ ଘଟଣାର ଅଧିକ ତଦନ୍ତ ଜାରି ରଖୁଛି ବାଲିଗୁଡ଼ା ପୋଲିସ। ଉଭୟଙ୍କ ଆତ୍ମହତ୍ୟା ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri