ସ୍ୱାମୀ ସ୍ତ୍ରୀ ଏକାଠି ପିଇଲେ ବିଷ

ସମ୍ବଲପୁର,୬ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା ଫାଣ୍ଡି ଝାରମୁଣ୍ଡା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ସ୍ୱାମୀ ଟଙ୍କଧର ମହାକୁଡ଼ଙ୍କ ମୃତ୍ୟୁର ଦିନକ ପରେ ସ୍ତ୍ରୀ ବୃନ୍ଦାବତୀଙ୍କ ମୃତ୍ୟୁ ଘଟିଛି। ଗ୍ରାମ ଶ୍ମଶାନରେ ଗୁରୁବାର ଦମ୍ପତିଙ୍କ ଜୁଇ ଜଳିଛି। ସୂଚନା ଅନୁସାରେ ଟଙ୍କଧର ଓ ବୃନ୍ଦାବତୀ ଏକାଠି ରହୁଥିଲେ ହେଁ ପରିବାର ଲୋକେ ସେମାନଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଅସହ୍ୟ ହେବାରୁ ସେମାନେ ଏକାଠି ମିଶି ବିଷ ପିଇ ଦେଇଥିଲେ। ବୁଧବାର ସକାଳେ ଟଙ୍କଧରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିବା ବେଳେ ସ୍ତ୍ରୀ ବୃନ୍ଦାବତୀଙ୍କୁ ବୁର୍ଲା ଭିମ୍‌ସାରରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ପୋଲିସ ୨ଟି ଅପମୃତ୍ୟୁ ମାମଲା ରୁଜୁ କରିଛି। ହୀରାକୁଦ ଏସ୍‌ଡିପିଓ ଏସ୍‌. ଦାସ କହିଛନ୍ତି, ଏ ସମ୍ପର୍କରେ ପରିବାର କିମ୍ବା ପରିଜନ ଅଭିଯୋଗ କରିନାହାନ୍ତି। ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri