ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ଭଳି ଅଭାବନୀୟ ଘଟଣାକୁ ନେଇ ଅଞ୍ଚଳରେ ଏକ ଶୋକର ଛାୟା ଖେଳିଯାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା/ମହୁଲପାଟଣା ଫାଣ୍ଡି ଅନ୍ତର୍ଗତ ପାଡେପଦର ଗ୍ରାମ ପଞ୍ଚାୟତ ସ୍ଥିତ ଖମାରପଦର ଗ୍ରାମରେ ଘଟିଛି ଏଭଳି ଏକ ଅଭାବନୀୟ ଦୁଃଖଦ ଘଟଣା । ଗ୍ରାମର ସତ୍ୟବାନ ନାଏକ (୬୧) ଏବଂ ତାଙ୍କ ସ୍ତ୍ରୀ ପ୍ରତିମା ନାଏକ(୬୦) ଦୁହେଁ ଗତ ରବିବାର ସକାଳେ ଗାଁ ନିକଟ ତଳପଦର୍‌ ପୋଖରୀକୁ ଶୌଚ କରିବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ । ତେବେ ଉଭୟଙ୍କ ଘରକୁ ଫେରିବା ବିଳମ୍ବ ଦେଖି ସମ୍ପର୍କୀୟ ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ହେଲେ ଉଭୟଙ୍କ କୌଣସି ଖବର ପାଇପାରିଲେ ନାହିଁ। କିନ୍ତୁ ସୋମବାର ସକାଳୁ ସ୍ତ୍ରୀ ପ୍ରତିମାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଗ୍ରାମର କିଛି ଲୋକ ଦେଖିବାକୁ ପାଇଥିଲେ ଏବଂ ଏନେଇ ସ୍ଥାନୀୟ ସମିତି ସଭ୍ୟ ତଥା ଖବରଦାତା ମୋହନ ସାଗରଙ୍କୁ ଜଣାଇଥିବା ବେଳେ ସମିତି ସଭ୍ୟ ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠକୁ ସୂଚନା ଦେଇଥିଲେ। ଖବରପାଇ ଥାନା ଅଧିକାରୀ ସେଠଙ୍କ ନିର୍ଦ୍ଦେଶ କ୍ରମେ ଥାନା ଏସଆଇ ସୁଶାନ୍ତ କୁମାର ପଣ୍ଡା ଓ ତାଙ୍କ ପୋଲିସ ସହକର୍ମୀ, ଥୁଆମୂଳ ରାମପୁର ଅତିରିକ୍ତ ତହସିଲଦାର ସନାତନ ମହାରଣା ଓ ଅଗ୍ନିଶମ ବିଭାଗ କର୍ମଚାରୀ ପ୍ରମୁଖ ଘଟଣାସ୍ଥଳରେ ଯାଇ ପହଞ୍ଚି ପୋଖରୀରୁ ପ୍ରଥମେ ସ୍ତ୍ରୀ ପ୍ରତିମାଙ୍କ ମୃତଦେହ ଉଦ୍ଧାର କରି ଆହୁରି ଖୋଜା ଖୋଜି କରିବା ପରେ ସ୍ବାମୀ ସତ୍ୟବାନଙ୍କ ମୃତଦେହ ମଧ୍ୟ ଉଦ୍ଧାର କରାଯାଇଥିଲା। ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ପୃଥକ ପୃଥକ ୟୁଡ଼ି କେସ ନଂ.୧୨/୨୫ ଏବଂ ୧୩/୨୫ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ମୃତଙ୍କର ସମ୍ପର୍କୀୟଙ୍କୁ ଶବ ହସ୍ତାନ୍ତର କରାଯାଇଛି। ତେବେ ଏଭଳି ଅଭାବନୀୟ ଘଟଣା ପାଇଁ ଉକ୍ତ ଅଂଚଳରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଅସାବଧାନତା ହେତୁ ଉଭୟ ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀଙ୍କ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri