ସନ୍ତାନ ପାଇଁ ସ୍ବାମୀ-ସ୍ତ୍ରୀ ମୁହାଁମୁହିଁ: ଛତିଶଗଡ଼ରୁ ଧାଇଁ ଆସିଥିଲେ ମା’

ଭୁବନେଶ୍ୱର,୮।୮(ତ୍ରିନାଥ ମହାନ୍ତି):ନିଜ ଛୁଆକୁ ଖୋଜି ଖୋଜି ଛତିଶଗଡ଼ରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଧାଇଁଆସିଲେ ମା’। ତେବେ ଛୁଆକୁ ଫେରାଇନେବାକୁ ଉଦ୍ୟମ କଲାବେଳେ ବିରୋଧ କଲେ ସ୍ବାମୀ। ଉଭୟ ସ୍ବାମୀ- ସ୍ତ୍ରୀ ଏହାକୁ ନେଇ ମୁହାଁମୁହିଁ ହୋଇଥିଲେ। ଖବର ପାଇ ପୋଲିସ ପହଞ୍ଚତ୍ ଉଭୟଙ୍କୁ ପଚରାଉଚରା କରିବା ପରେ ଘଟଣାଟି ପାରିବାରିକ ହୋଇଥିବାରୁ ପରିବାର ଅଦାଲତର ଦ୍ୱାରସ୍ଥ ହେବାକୁ କହିଛନ୍ତି। ଅନ୍ୟପକ୍ଷରେ ସ୍ବାମୀ ସନ୍ତୋଷ ସାହୁଙ୍କ ବିରୋଧରେ ପରକୀୟା ପ୍ରୀତି ଅଭିଯୋଗ ଆଣି ଶହୀଦନଗର ଥାନାର ଦ୍ୱାରସ୍ଥ ହୋଇଛନ୍ତି ପ୍ରାଚୀ ଥାପ୍ପା।
ମୁତାବକ, ସନ୍ତୋଷ ଓ ପ୍ରାଚୀ ମାଟ୍ରିମୋନି ମାଧ୍ୟମରେ ଦେଖାସାକ୍ଷାତ ହୋଇ ପରସ୍ପରକୁ ଭଲ ପାଇ ବିବାହ କରିଥିଲେ। ୫ ବର୍ଷ ପର୍ଯ୍ୟନ୍ତ ଦୁହେଁ ଜାମସେଦପୁରରେ ହସଖୁସିରେ ସମୟ କାଟିଥିଲେ। ତେବେ ସନ୍ତାନ ହେବା ପରଠାରୁ ସନ୍ତୋଷ କିଛି ବୁଝାଶୁଝା କରି ନ ଥିଲେ, ବରଂ ଛୁଆକୁ ନେଇ ଭୁବନେଶ୍ୱର ପଳାଇ ଆସିଥିଲେ। ପରେ ଛୁଆକୁ ସନ୍ତୋଷ ଆଉ କାହାକୁ ଦେଇଦେଇଥିବା ପ୍ରାଚୀ ଜାଣିବାକୁ ପାଇଥିଲେ। ସେ ମୋବାଇଲ ଷ୍ଟାଟସରେ ଛୁଆର ୟୁନିଫର୍ମ ଦେଖି ପ୍ରଥମେ ସ୍କୁଲ ଓ ପରେ ସନ୍ତୋଷଙ୍କ ଘରେ ପହଞ୍ଚତ୍ଥିଲେ। ଛୁଆ ପାଇଁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ସେ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି। ତେବେ ପରକୀୟା ପ୍ରୀତି ନେଇ ପ୍ରାଚୀଙ୍କ ଅଭିଯୋଗକୁ ସନ୍ତୋଷ ଖଣ୍ଡନ କରିଛନ୍ତି। ସ୍ତ୍ରୀଙ୍କର ଅନ୍ୟ କାହା ସହ ସମ୍ପର୍କ ଥିବାରୁ ଛୁଆକୁ ନେଇ ଚାଲିଆସିଥିଲି ବୋଲି ସନ୍ତୋଷ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?