ନର୍ସିଂହୋମ୍‌ ଅବହେଳା ଯୋଗୁ ସ୍ତ୍ରୀ-ଶିଶୁପୁତ୍ରକୁ ହରାଇବା ପରେ ଦିଗପହଣ୍ଡି ପୋଲିସର ଦ୍ୱାରସ୍ଥ ହେଲେ ସ୍ବାମୀ, ରୁଜୁ ହେଲା ମାମଲା

ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଜଣେ ପ୍ରସୂତି ଏବଂ ନବଜାତକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମହିଳାଙ୍କ ସ୍ବାମୀ ବାବୁ ନାୟକ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୪/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନା ଥାଉ କି, ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁର ର ମାଗୁଣି ନାୟକଙ୍କ ଝିଅ ରୋଜି ପ୍ରାୟ ବର୍ଷକ ପୂର୍ବେ ପାଟପୁର ଥାନା କରାଖଣ୍ଡି ଗ୍ରାମର ଉଦୟ ନାୟକଙ୍କ ପୁଅ ବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜୁରାଟ ବରୋଦା ସ୍ଥିତ ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବାପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ।ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ରବିବାର ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂହୋମରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଆଲଟ୍ରା ସାଉଣ୍ଡ କରାଯାଇଥିଲା। ଅପରାହ୍ନରେ ପ୍ରସବ ବେଦନା ଅଧିକ ହେବାରୁ ଉପସ୍ଥିତ ନର୍ସିଂହୋମ କର୍ମଚାରୀମାନେ ତାଙ୍କ ପ୍ରସବ କରାଇବା ପାଇଁ ରୋଜିଙ୍କ ପରିବାର ଲୋକଙ୍କୁ କହିଥିଲେ। ସେଠାରେ ଅପରାହ୍ନ ପ୍ରାୟ ସାଢ଼େ ୪ ଟାରେ ତାଙ୍କୁ ପ୍ରସବ ପାଇଁ ନର୍ସିଂହୋମର ଅପରେସନ ଥିଏଟରକୁ ନିଆଯାଇଥିଲା। ସା ପ୍ରାୟ ୬ ଟାରେ ଜଣେ ମହିଳା ସ୍ବାସ୍ଥ୍ୟ କର୍ମଚାରୀ ବାବୁଙ୍କ ଶାଶୁ ମମତା ନାୟକଙ୍କୁ ଡାକି ତାଙ୍କୁ ଏକ ମୃତ ଶିଶୁପୁତ୍ର ଦେଇଥିଲେ। ସେହିଭଳି ରାତି ପ୍ରାୟ ୧୦ ଟାରେ ରୋଜିଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ନର୍ସିଂହୋମ କର୍ତ୍ତୃପକ୍ଷ ରୋଜିଙ୍କ ପରିବାର ଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଦର୍ଶାଇ ୧୦୨ ଆମ୍ବୁଲାନ୍ସ ଡ଼କାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମା’ ହିନା ନାୟକ ବୋହୂ ଏବଂ ଜନ୍ମିତ ପୁତ୍ର ସନ୍ତାନର ମୃତ୍ୟୁ ହୋଇଥିବା ନେଇ ପୁଅ ବାବୁଙ୍କ ଫୋନ ଯୋଗେ ଜଣାଇଥିଲେ। ଘଟଣାର ଦିନକ ପୂର୍ବରୁ ଫୋନ ରେ ଭଲମନ୍ଦ କଥା ହୋଇଥିବା ସ୍ତ୍ରୀ ଙ୍କ ମୃତ୍ୟୁରେ ସେ ଅବାକ ହୋଇ ମର୍ମାହତ ହୋଇପଡ଼ିଥିଲେ। ରୋଜିଙ୍କ ମୃତଦେହ କରାଖଣ୍ଡି ଗ୍ରାମକୁ ନିଆଯାଇ ସୋମବାର ଗାଁ ଶ୍ମଶାନରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା।

ଘଟଣାର ଦିନକ ପରେ ବାବୁ ଘରେ ପହଞ୍ଚିଥିଲେ।ନର୍ସିଂହୋମ ରେ କୌଣସି ଡ଼ାକ୍ତର ଙ୍କ ଅନୁପସ୍ଥିତିରେ ଅନଭିଜ୍ଞ କର୍ମଚାରୀଙ୍କ ଦ୍ୱାରା ତାଙ୍କ ସ୍ତ୍ରୀଦ୍‌ଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଇଥିବା କାରଣରୁ ତାଙ୍କ ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ଥିବା ନର୍ସିଂହୋମ ମାଲିକ, ଅପରେଶନ କରିଥିବା ନର୍ସିଂହୋମର ଡାକ୍ତର, ମହିଳା ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀ ପ୍ରମୁଖଙ୍କ ଅବହେଳାରୁ ତାଙ୍କ ସ୍ତ୍ରୀ ଓ ଛୁଆଙ୍କ ମୃତ୍ୟୁ ଘଟିଥିବା ସେ ତାଙ୍କ ଏତଲାରେ ଉଲ୍ଲେଖ କରିଛନ୍ତି । ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିମନ୍ତେ ସେ ପୋଲିସ ନିକଟରେ ନିବେଦନ କରିଛନ୍ତି।

ଏନେଇ ଭାରପ୍ରାପ୍ତ ଆଇଆଇସିଙ୍କୁ ପଚାରିବାରୁ ମକଦ୍ଦମା ରୁଜୁ କରାଯାଇ ତଦନ୍ତ ନିମନ୍ତେ ଏସଆଇ ଜ୍ୟୋତି ରଞ୍ଜନ ବେହେରାଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି। ଅପରପକ୍ଷରେ ଘଟଣା ଦିନଠାରୁ ଉକ୍ତ ନର୍ସିଂହୋମ ବନ୍ଦ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri