କିଡ୍‌ନୀ ବିକ୍ରି ଘଟଣାରେ ସ୍ବାମୀ ଗିରଫ

ମାଲକାନଗିରି,୪।୯(ଡି.ଏନ.ଏ.): ସ୍ତ୍ରୀଙ୍କ ଅଜାଣତରେ ତାଙ୍କ ସ୍ବାମୀ ତାଙ୍କ କିଡ୍‌ନୀ ବିକିଦେବା ଘଟଣାରେ ସମ୍ପୃକ୍ତ ସ୍ବାମୀଙ୍କୁ ମାଲକାନଗିରି ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ତାଙ୍କ ନାମ ପ୍ରଶାନ୍ତ କୁଣ୍ଡୁ। ଏହି ଘଟଣାରେ ଅଭିଯୋଗ ହେବା ପରେ ପୋଲିସ ଖୋଳତାଡ କରି ପ୍ରଶାନ୍ତ ସ୍ତ୍ରୀଙ୍କୁ ଛାଡି ବେଙ୍ଗାଲୁରୁରେ ରହୁଥିବା ଜାଣିବାକୁ ପାଇଥିଲା। ପରେ ମାଲକାନଗିରି ପୋଲିସର ଏକ ଟିମ୍‌ ବେଙ୍ଗାଲୁରୁ ଯାଇ ସେଠାରୁ ତାଙ୍କୁ ଗିରଫ କରି ଆଣିଥିଲା। ୧୨ ବର୍ଷ ତଳେ ଏମ୍‌.ଭି.-୩୮ ଗ୍ରାମର ପ୍ରଶାନ୍ତଙ୍କୁ ରଞ୍ଜିତା ପ୍ରେମ ବିବାହ କରିଥିଲେ। ବିବାହ ପରେ ପ୍ରଶାନ୍ତ ସ୍ତ୍ରୀଙ୍କୁ ଉତ୍ତରାଖଣ୍ଡ ନେଇ ଯାଇଥିଲେ। ସେଠାରେ ସବୁ ସମୟରେ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗି ରହୁଥିଲା। ପ୍ରଶାନ୍ତ ଓ ତାଙ୍କ ଭଉଣୀ ରଞ୍ଜିତାଙ୍କୁ ମଧ୍ୟ ଅନେକ ସମୟରେ ମାରପିଟ କରିବା, ଗାଳିଗୁଲଜ କରିବା ସହ ମାନସିକ ଓ ଶାରୀରିକ କଷ୍ଟ ଦେଉଥିଲେ। ୨୦୧୮ରେ ରଞ୍ଜିତାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ପ୍ରଶାନ୍ତ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଆଣିଥିଲେ। ସେ ସୁସ୍ଥ ହେବା
ପରେ ଘରକୁ ଫେରିଥିଲେ। ମାତ୍ର ପରେ ରଞ୍ଜିତା ତାଙ୍କ ଅଜାଣତରେ ପ୍ରଶାନ୍ତ ତାଙ୍କର ଏକ କିଡ୍‌ନୀ ବିକି ଦେଇଥିବା ଜାଣିବାକୁ ପାଇଥିଲେ। ଏ ବାବଦକୁ ସେ ପାଇଥିବା ଟଙ୍କା ପ୍ରଶାନ୍ତ ଏବଂ ତାଙ୍କ ନଣନ୍ଦ ଆତ୍ମସାତ କରିଥିବା ରଞ୍ଜିତା ଜାଣିଥିଲେ। ପରେ ସେ ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ୭୧/୨୨ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ପରେ ବେଙ୍ଗାଲୁରୁରୁ ପ୍ରଶାନ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?