ପତ୍ନୀହନ୍ତା ସ୍ବାମୀ ଗିରଫ

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ପଲାଣିଘାଟି ପଞ୍ଚାୟତ ଜାମୁଳେଇ ବେଡା ଗ୍ରାମର ପତ୍ନୀହନ୍ତା ସ୍ବାମୀଙ୍କୁ ଘଟଗାଁ ପୋଲିସ ଗିରଫ କରିଛି। ଏହାପରେ ଉକ୍ତ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ, ଜାମୁଳେଇ ବେଡା ଗ୍ରାମରେ ୩୨ବର୍ଷୀୟ କପିଳ ମୁଣ୍ଡା ତାଙ୍କ ୨୫ବର୍ଷୀୟ ପତ୍ନୀ କନକ ମୁଣ୍ଡା ବାସ କରନ୍ତି। ଗତ ବୁଧବାର ବିଳମ୍ବିତ ରାତ୍ରିରେ କପିଳଙ୍କ ନିଦ ଭାଙ୍ଗିବା ପରେ ସେ ଦେଖିବାକୁ ପାଇଥିଲେ ଯେ, ତାଙ୍କ ସ୍ତ୍ରୀ କନକ ବିଛଣାରେ ନାହାନ୍ତି। ଏହାର କିଛି ସମୟ ପରେ କନକ ଫେରିବା ପରେ କପିଳ ଏତେ ରାତିରେ କୁଆଡେ ଯାଇଥିଲୁ ବୋଲି ପ୍ରଶ୍ନ କରିଥିଲେ। ଏହାର କୌଣସି ସନ୍ତୋଷଜନକ ଉତ୍ତର ସ୍ତ୍ରୀ ଦେଇପାରି ନ ଥିବାରୁ କପିଳ ଉତ୍‌କ୍ଷିପ୍ତ ହୋଇପଡ଼ି ପାଖରେ ଥିବା ଏକ କାଠ ଫାଳିଆରେ ତାଙ୍କ ମୁଣ୍ଡକୁ ପିଟଦେଇଥିଲେ। ଗୁରୁତର ଅବସ୍ଥାରେ କନକଙ୍କୁ ପ୍ରଥମେ ପାଟଣା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଗୁରବାର ସକାଳୁ କନକଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଘଟଗାଁ ଥାନାରେ ଆଇପିସି ଧାରା ୮୧/୨୨ରେ ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତ କପିଳଙ୍କୁ ଗିରଫ କରଛି। ଏଥିସହ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଛି ବୋଲି ଥାନା ଅଧିକାରୀ ପ୍ରତିଭା ସାହୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri