Posted inଅପରାଧ

ପେଟ ଚିରି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

ସୀତାପୁର, ୨୯।୭: ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି। ସୀତାପୁର ହରଗ୍ରାମ ପୋଲିସ ଷ୍ଟେସନ ଅନ୍ତର୍ଗତ ମୋହାଲ ମିଲ୍‌ ବାଗିଆ ବଜାରରେ ଜଣେ ଯୁବକ ଅତି ନୃଶଂସ ଭାବେ ତାଙ୍କ ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ପରେ ପେଟ୍ରୋଲ ପକାଇ ଜୀବନ୍ତ ଜାଳି ହତ୍ୟା କରିଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରିଛି। ଘଟଣାରୁ ଜଣାପଡ଼ିଛି ଯେ, ଏହି ଅଞ୍ଚଳରେ ନବିଉଲ୍ଲା ଖାନ୍‌ ସ୍ତ୍ରୀ ଖଲିକୁନ୍‌ ନିଶାନ୍‌ଙ୍କୁ ନେଇ ରୁହନ୍ତି। ତେବେ ଉଭୟଙ୍କ ମଧ୍ୟରେ ଗତକାଲି କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଖଲିକୁନ୍‌ଙ୍କୁ ନବିଉଲ୍ଲା ନିର୍ମମ ଭାବେ ପିଟିଥିଲେ। ଏତିକିରେ ତାଙ୍କ ରାଗ ଶାନ୍ତ ନ ହେବାରୁ ସେ ଏକ ଧାରୁଆ ଅସ୍ତ୍ର ଆଣି ସ୍ତ୍ରୀଙ୍କୁ ଆକ୍ରମଣ କରିବା ସହିତ ପେଟକୁ ଚିରି ଦେଇଥିଲେ। ଏହାପରେ ରାଗରେ ଅନ୍ଧ ହୋଇଯାଇଥିବା ନବିଉଲ୍ଲା ଘରେ ଥିବା ପେଟ୍ରୋଲ ଆଣି ଖଲିକୁନ୍‌ଙ୍କ ଉପରେ ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଖଲିକୁନ ଯନ୍ତ୍ରଣାରେ ଚିତ୍କାର କରି ଛଟପଟ ହେଉଥିବାବେଳେ ନବିଉଲ୍ଲା ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ପରେ ସ୍ଥାନୀୟ ଲୋକ ପୋଲିସକୁ ଏନେଇ ସୂଚନା ଦେବାପରେ ଖଲିକୁନ୍‌ଙ୍କୁ ହସ୍ପିଟାଲ ନିଆଯାଇଥିଲା। କିନ୍ତୁ ଗୁରୁତର ଥିବା ଖଲିକୁନ୍‌ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ। ଏହି ଘଟଣାରେ ପୋଲିସ ଖଲିକୁନଙ୍କ ଭାଇଙ୍କ ଏତଲା ଆଧାରରେ ନବିଉଲ୍ଲାଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri