Posted inଅପରାଧ

ପେଟ ଚିରି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

ସୀତାପୁର, ୨୯।୭: ଉତ୍ତର ପ୍ରଦେଶର ସୀତାପୁର ଜିଲାରୁ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି। ସୀତାପୁର ହରଗ୍ରାମ ପୋଲିସ ଷ୍ଟେସନ ଅନ୍ତର୍ଗତ ମୋହାଲ ମିଲ୍‌ ବାଗିଆ ବଜାରରେ ଜଣେ ଯୁବକ ଅତି ନୃଶଂସ ଭାବେ ତାଙ୍କ ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବା ପରେ ପେଟ୍ରୋଲ ପକାଇ ଜୀବନ୍ତ ଜାଳି ହତ୍ୟା କରିଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରିଛି। ଘଟଣାରୁ ଜଣାପଡ଼ିଛି ଯେ, ଏହି ଅଞ୍ଚଳରେ ନବିଉଲ୍ଲା ଖାନ୍‌ ସ୍ତ୍ରୀ ଖଲିକୁନ୍‌ ନିଶାନ୍‌ଙ୍କୁ ନେଇ ରୁହନ୍ତି। ତେବେ ଉଭୟଙ୍କ ମଧ୍ୟରେ ଗତକାଲି କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଖଲିକୁନ୍‌ଙ୍କୁ ନବିଉଲ୍ଲା ନିର୍ମମ ଭାବେ ପିଟିଥିଲେ। ଏତିକିରେ ତାଙ୍କ ରାଗ ଶାନ୍ତ ନ ହେବାରୁ ସେ ଏକ ଧାରୁଆ ଅସ୍ତ୍ର ଆଣି ସ୍ତ୍ରୀଙ୍କୁ ଆକ୍ରମଣ କରିବା ସହିତ ପେଟକୁ ଚିରି ଦେଇଥିଲେ। ଏହାପରେ ରାଗରେ ଅନ୍ଧ ହୋଇଯାଇଥିବା ନବିଉଲ୍ଲା ଘରେ ଥିବା ପେଟ୍ରୋଲ ଆଣି ଖଲିକୁନ୍‌ଙ୍କ ଉପରେ ଢ଼ାଳି ନିଆଁ ଲଗାଇ ଦେଇଥିଲେ। ଖଲିକୁନ ଯନ୍ତ୍ରଣାରେ ଚିତ୍କାର କରି ଛଟପଟ ହେଉଥିବାବେଳେ ନବିଉଲ୍ଲା ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ପରେ ସ୍ଥାନୀୟ ଲୋକ ପୋଲିସକୁ ଏନେଇ ସୂଚନା ଦେବାପରେ ଖଲିକୁନ୍‌ଙ୍କୁ ହସ୍ପିଟାଲ ନିଆଯାଇଥିଲା। କିନ୍ତୁ ଗୁରୁତର ଥିବା ଖଲିକୁନ୍‌ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ। ଏହି ଘଟଣାରେ ପୋଲିସ ଖଲିକୁନଙ୍କ ଭାଇଙ୍କ ଏତଲା ଆଧାରରେ ନବିଉଲ୍ଲାଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri